ତାଳଚେରକୁ ଲାଭ ମିଳିଛି: କେନ୍ଦ୍ରମନ୍ତ୍ରୀ

ଅନୁଗୋଳ ଅଫିସ୍‌, ୨।୭  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ଯୋଗୁ ଖଣି ଖାଦାନ ଅଞ୍ଚଳ ଅନୁଗୋଳ ଓ ତାଳଚେରକୁ ଲାଭ ମିଳୁଛି। କୋଇଲା କ୍ଷେତ୍ରରେ ସଂସ୍କାର ଅଣାଯାଇଛି। ସ୍ଥାନୀୟ ଅଞ୍ଚଳ ଓ ଅର୍ଥନୀତିର ବିକାଶ ପାଇଁ ମୋଦି ସରକାର ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ର ବ୍ୟବସ୍ଥା କରିଛନ୍ତି ବୋଲି ବୁଧବାର ତାଳଚେର ବିଧାନସଭାସ୍ତରୀୟ ଜନସମ୍ବାଦ ଭର୍ଚୁଆଲ ରାଲିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଘରେ ଘରେ ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନା ପହଞ୍ଚାଇବା ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ଆହ୍ବାନ ଦେଇଥିଲେ। ଏଥିସହ ମାସ୍କ ଓ ଦୁଇ ମିଟର ସାମାଜିକ ଦୂରତା ଅବଲମ୍ବନ ନିମନ୍ତେ ପରାମର୍ଶ ଦେଇଥିଲେ। ଭାଜପା ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ଜିଲା ସଭାପତି ଦିଲେଶ୍ୱର ପ୍ରଧାନ, ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ରବିନାରାୟଣ ପାଣି, ଭାଗୀରଥି ପ୍ରଧାନ, ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri