ତାଳଚେରକୁ ଲାଭ ମିଳିଛି: କେନ୍ଦ୍ରମନ୍ତ୍ରୀ

ଅନୁଗୋଳ ଅଫିସ୍‌, ୨।୭  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ଯୋଗୁ ଖଣି ଖାଦାନ ଅଞ୍ଚଳ ଅନୁଗୋଳ ଓ ତାଳଚେରକୁ ଲାଭ ମିଳୁଛି। କୋଇଲା କ୍ଷେତ୍ରରେ ସଂସ୍କାର ଅଣାଯାଇଛି। ସ୍ଥାନୀୟ ଅଞ୍ଚଳ ଓ ଅର୍ଥନୀତିର ବିକାଶ ପାଇଁ ମୋଦି ସରକାର ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ର ବ୍ୟବସ୍ଥା କରିଛନ୍ତି ବୋଲି ବୁଧବାର ତାଳଚେର ବିଧାନସଭାସ୍ତରୀୟ ଜନସମ୍ବାଦ ଭର୍ଚୁଆଲ ରାଲିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଘରେ ଘରେ ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନା ପହଞ୍ଚାଇବା ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ଆହ୍ବାନ ଦେଇଥିଲେ। ଏଥିସହ ମାସ୍କ ଓ ଦୁଇ ମିଟର ସାମାଜିକ ଦୂରତା ଅବଲମ୍ବନ ନିମନ୍ତେ ପରାମର୍ଶ ଦେଇଥିଲେ। ଭାଜପା ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ଜିଲା ସଭାପତି ଦିଲେଶ୍ୱର ପ୍ରଧାନ, ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ରବିନାରାୟଣ ପାଣି, ଭାଗୀରଥି ପ୍ରଧାନ, ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?