ଅକ୍ଟୋବରରୁ କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ

ଭୁବନେଶ୍ୱର,୧୨।୭(ଅନିଲ ଦାସ): ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡ଼ିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବ। ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ। କଣିହଁାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମାଣାଧୀନ ସେତୁକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ ବୋଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ଅନୁଗୋଳ ଜିଲାରେ ଗୁଣାତ୍ମକ ସ୍ବାସ୍ଥ୍ୟସେବାର ବିକାଶ ପାଇଁ ତାଳଚେରଠାରେ ନିର୍ମିତ ମେଡିକାଲ କଲେଜ ହସ୍ପିଟାଲକୁ ଚଳିତ ବର୍ଷ ଅକ୍ଟୋବର ମାସଠାରୁ କାର୍ଯ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ ହସ୍ପିଟାଲ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ଅନୁଗୋଳ ଜିଲାର ବନ୍ତଳାଠାରେ ହାତୀ-ମଣିଷ ସଂଘର୍ଷ ଯୋଗୁ ସାଧାରଣ ଲୋକ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଧନସମ୍ପତ୍ତି ନଷ୍ଟ ସହିତ ଜୀବନ ହାନି ମଧ୍ୟ ହେଉଛି। ଲୋକଙ୍କଠାରୁ ଏହି ସମସ୍ୟା ଶୁଣିବା ପରେ ମୁଖ୍ୟମନ୍ତ୍ରୀ ଏହାକୁ ରୋକିବା ପାଇଁ ୪.୬୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଜିଲା ଡିଏଫ୍‌ଓଙ୍କ ଦ୍ବାରା ଏହି ଅର୍ଥ ଜରିଆରେ ବନ୍ତଳାର ୪୩ଟି ଗାଁରେ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ କରାଯାଇ ଅଧିକ ସୁରକ୍ଷିତ ବ୍ୟବସ୍ଥାର ବିକାଶ କରାଯିବ। ସୂଚନାଯୋଗ୍ୟ, ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କ ଅନୁଗୋଳ ଗସ୍ତ ସମୟରେ ବନ୍ତଳାଠାରେ ହାତୀ ଆକ୍ରମଣ ସମ୍ପର୍କରେ ଲୋକଙ୍କଠାରୁ ବିଭିନ୍ନ ଅଭିଯୋଗ ଶୁଣିଥିଲେ।
ଜିଲାରେ ସଡ଼କ ଯୋଗାଯୋଗର ବିକାଶ ପାଇଁ ଓଏମ୍‌ବିଡିଏଡିସି ପାଣ୍ଠିରୁ ୭୬.୩୯ କୋଟି ଟଙ୍କା ବିନିଯୋଗ କରାଯାଇ ୩ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ। ପାଲଲହଡା ଏକ ଆଦିବାସୀ ଅଧ୍ୟୁଷିତ, ଅନୁନ୍ନତ ଅଞ୍ଚଳ ହୋଇଥିବାରୁ ସେଠାରେ ୨ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତାର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ପାଲଲହଡା ଫଳ ବଗିଚାଠାରୁ ନାଇକାଣିପଲ୍ଲୀ ରାସ୍ତାର ବିକାଶ ପାଇଁ ୨୧.୮୫ କୋଟି ଏବଂ ସିବାଦାଠାରୁ ଖଡକାକୁମ୍ଭାର ମାଟି ରାସ୍ତାର ଉନ୍ନତୀକରଣ ପାଇଁ ୪୨.୦୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିସହିତ କଣିହାଁ ବ୍ଲକ ଧଳଗଡିଆ ସିଆରିଆ ରାସ୍ତାରେ ମହୁଲି ପୋଷି ପର୍ଯ୍ୟନ୍ତ ୧୦ କିଲୋମିଟର ରାସ୍ତାର ଉନ୍ନତୀକରଣ ପାଇଁ ୧୨.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିସହିତ ପାଲଲହଡାରେ ୩ଟି ଗୁରୁତ୍ତ୍ୱପୂର୍ଣ୍ଣ ସେତୁ ମଧ୍ୟ ନିର୍ମାଣ କରାଯିବାକୁ ନିଷ୍ପତ୍ତି ହୋଇଛି। ୫-ଟି ସଚିବଙ୍କ ବନ୍ତଳା ଅଞ୍ଚଳ ପରିଦର୍ଶନ ସମୟରେ ଏକ ଅଗ୍ନିଶମ ସେବା କେନ୍ଦ୍ରର ଆବଶ୍ୟକତା ସମ୍ପର୍କରେ ଜନସାଧାରଣ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ ବନ୍ତଳାରେ ଏହି ସେବା କେନ୍ଦ୍ର ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି। ଏଥିସହିତ ସାତକୋଶିଆ ଇକୋ ଟୁରିଜମ୍‌ ସ୍ଥାନରେ ମଧ୍ୟ ଏକ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ କରାଯିବ। ଜନସାଧାରଣଙ୍କ ଅନୁରୋଧକ୍ରମେ ଜିଲାର କୁଡାଗାଁ ଓ ଟିକରପଡାଠାରେ ଦୁଇଟି ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ପ୍ରତ୍ୟେକ ବନ୍ୟା ଆଶ୍ରୟସ୍ଥଳ ପାଇଁ ୨.୬୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ସମୀକ୍ଷା ବୈଠକରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri