ଇଡିରେ ହାଜର ହେଲେ ତାଳଚେର ବିଧାୟକ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ସେ ନୟାପଲ୍ଲୀସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଅଧିକାରୀମାନେ ତାଙ୍କୁ ଜେରା କରିଥିଲେ। ତେବେ ଏନେଇ ଇଡି ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ବେଆଇନ ଅର୍ଥ କାରବାର ଦିଗରେ ବ୍ରଜଙ୍କୁ ପଚରାଉଚରା କରାଯାଇଥିବା ସୂଚନା ମିଳିଛି। ୭ ଘଣ୍ଟା ପରେ ଅର୍ଥାତ ରାତି ପ୍ରାୟ ୮ଟାବେଳେ ବ୍ରଜ ଇଡି କାର୍ଯ୍ୟାଳୟରୁ ବାହାରିଥିଲେ। ଏହି ସମୟରେ ସେ ଗଣମାଧ୍ୟମକୁ କହିଥିଲେ, ଇଡି ଯାହା ତଥ୍ୟ ମାଗିଲେ, ତାହା ପ୍ରଦାନ କରିଛି। ଅନୁଗୋଳ ଜିଲାରେ ଥିବା ବିଭିନ୍ନ ଶିଳ୍ପାନୁଷ୍ଠାନ ଓ ଲଜିଷ୍ଟିକ୍‌ କମ୍ପାନୀରେ ବ୍ରଜ ଓ ନିଜ ସମ୍ପର୍କୀୟ ଦ୍ୱାରା କରାଯାଇଥିବା ଅର୍ଥ ବିନିଯୋଗରେ ଆର୍ଥିକ ଅନିୟମିତତାର ଯାଞ୍ଚ ପାଇଁ ତାଙ୍କୁ ସମନ କରାଯାଇଥିଲା ବୋଲି ସୂଚନା ମିଳିଛି। ବ୍ରଜ ନିଜର ପାନ୍‌, ଆଧାର ଓ ବିଭିନ୍ନ ବ୍ୟାଙ୍କର ତଥ୍ୟ ଦେଇଛନ୍ତି। ୨-୩ଦିନ ମଧ୍ୟରେ ପୁଣି ଇଡି କାର୍ଯ୍ୟାଳୟରେ ହାଜର ହେବେ ବୋଲି ଜଣେ ଅଧିକାରୀ କହିଛନ୍ତି। ଅନ୍ୟପକ୍ଷରେ, ଚମ୍ପୂଆ ବିଧାୟକ ତଥା ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ସହ ତାଙ୍କ ବ୍ୟବସାୟିକ ଲିଙ୍କ୍‌କୁ ନେଇ ବ୍ରଜଙ୍କୁ ପଚରାଉଚରା କରାଯାଇଥିବା ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri