ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି। ଏହି ଘଟଣା ୩ ନମ୍ବର ପ୍ଲାଟଫର୍ମ ନିକଟରେ ଘଟିଛି। ସୌଭାଗ୍ୟବଶତଃ ଟ୍ରେନ ଧିର ଗତିରେ ଥିବାରୁ ବଡ଼ ଧରଣର କ୍ଷୟକ୍ଷତି ଘଟିନାହିଁ। କାହାର ମଧ୍ୟ କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। ଅଳ୍ପକେ ବର୍ତ୍ତିଯାଇଛନ୍ତି ଶହଶହ ଯାତ୍ରୀ।

ତାଳଚେରରୁ ପୁରୀ ଅଭିମୁଖେ ଆସୁଥିବା ଟ୍ରେନ୍‌ ଷ୍ଟେଶନରେ ପ୍ରବେଶ କରିବା ବେଳେ ହଠାତ୍‌ ଚକ ଲାଇନରୁ ଖସିଯାଇଥିଲା। ଲାଇନ୍ୟୁତ ହେବା ପରେ ଟ୍ରେନ ସେହିଠାରେ ଅଟକି ରହିଥିଲା। ଆତଙ୍କିତ ହୋଇପଡିଥିବା ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇ ସାମଗ୍ରୀ ଧରି ଷ୍ଟେଶନ ଅଭିମୁଖେ ଚାଲି ଚାଲି ଯାଉଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଘଟଣା ପରେ ଷ୍ଟେଶନରେ କିଛି ସମୟ ପାଇଁ ଆତଙ୍କ ଖେଳି ଯାଇଥିଲା।

ରେଳବାଇ କର୍ମଚାରୀ ଏବଂ ଆର୍‌ପିଏଫ୍‌ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ସମ୍ଭାଳିଥିଲେ। ଲାଇନଚ୍ୟୁତ ଟ୍ରେନକୁ ହଟାଇବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଛି। ଟ୍ରେନ୍‌ ଚଳାଚଳରେ କିଛି ସମୟ ପାଇଁ ବ୍ୟାହତ ସୃଷ୍ଟି ହୋଇଥିଲେ ମଧ୍ୟ ଅନ୍ୟ କୌଣସି ଟ୍ରେନ୍‌ ପ୍ରଭାବିତ ହୋଇନାହିଁ। ଘଟଣାର ପ୍ରକୃତ କାରଣ ତଦନ୍ତ ପରେ ଜଣାପଡ଼ିବ ବୋଲି ରେଳ ବିଭାଗ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?