ତାଳଚେର ଷ୍ଟେଶନକୁ ମଡେଲ ଷ୍ଟେଶନ କରାଯାଉ

ତାଳଚେର, ୭।୧ (ଡି.ଏନ.ଏ.): ତାଳଚେର ଷ୍ଟେଶନକୁ ମଡେଲ ଷ୍ଟେଶନ ଭାବେ ଘୋଷଣା କରିବା ଏବଂ ୫ ଦଫା ଦାବି ନେଇ ତାଳଚେର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଉପଜିଲାପାଳ ବିଶ୍ୱରଞ୍ଜନ ରଥଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିରେ ଉଲ୍ଲେଖ କରାଯାଇଛି, ତାଳଚେର ଷ୍ଟେଶନକୁ ମଡେଲ ଷ୍ଟେଶନ ଭାବେ ଘୋଷଣା କରିବା, ତାଳଚେରରୁ କୋଇଲା ପରିବହନ କରୁଥିବା ରେଳ ୱାଗନ ଗୁଡିକରେ ପରିବେଶ ସୁରକ୍ଷା ଦୃଷ୍ଟିରୁ ପାଲ ଭିଡାଯିବା, ବନ୍ତୋଲ-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ବନ୍ତୋଲ ରେଳ ଫାଟକ ଠାରେ ଅଣ୍ଡର ପାସ୍‌ ନିର୍ମାଣ, ହାଟତୋଟା-ତାଳଚେର ଟାଉନ ମୁଖ୍ୟ ରାସ୍ତାରେ ଅଣ୍ଡର ପାସ୍‌ ଓ ଘଣ୍ଟପଡା-ହାଣ୍ଡିଧୁଆ ରାସ୍ତାରେ ନିର୍ମାଣାଧୀନ ଓଭରବ୍ରିଜ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଦାବି କରାଯାଇଛି। ଏହି ଦାବିପତ୍ର ପ୍ରଦାନ ବେଳେ ଚୈତନ୍ୟ ପ୍ରଧାନ, ଅଭୟ ପାଣି, ରାଜକିଶୋର ସାହୁ, ବୃନ୍ଦାବନ ସାହୁ, ଚିନ୍ତାମଣି ମହାପାତ୍ର, କେଶବ ଭୂତିଆ, ପ୍ରଦୀପ ମହାରଣା, ପଦ୍ମ ଚରଣ ସାମଲ, ଗିରିଶ ଚନ୍ଦ୍ର ସାମଲ, ସୁକାନ୍ତ କୁମାର ଦାସ, ବିଭୂତି ଭୂଷଣ ପଟ୍ଟନାୟକ, ସଞ୍ଜୀବ ନାଏକଙ୍କ ସମେତ ତାଳଚେର ଜିଲା କ୍ରିୟାନୁଷ୍ଠାନ କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri