ତାଳଦଣ୍ଡା କେନାଲ: ଜଳ ପ୍ରବାହକୁ ନେଇ ଅନିଶ୍ଚିତତା

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା)ଚଳିତବର୍ଷ ଜୁଲାଇ ୧ ତାରିଖ ସୁଦ୍ଧା ବର୍ଷାର ଅଭାବ ଦେଖାଦେଇଛି। ଏହାଛଡ଼ା ଗରମ ଓ ଗୁଳୁଗୁଳି ଲାଗି ରହିଛି। ଗଜା ମରୁଡି ଆଶଙ୍କାରେ କଟକ ସଦର ବ୍ଲକ ସମେତ ଜଗତ୍‌ସିଂହପୁର ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ତଳି ପକାଇବାକୁ ସାହସ କରିପାରୁନାହାନ୍ତି। କାରଣ ଉଭୟ ଅଞ୍ଚଳର ଜଳସେଚନ ବ୍ୟବସ୍ଥାକୁ ନିୟନ୍ତ୍ରଣ କରୁଥିବା ତାଳଦଣ୍ଡା ମୁଖ୍ୟ କେନାଲରେ ଜଳ ପ୍ରବାହକୁ ନେଇ ଅନିଶ୍ଚିତତା ଲାଗିରହିଛି। ଯୋବ୍ରା ଆନିକଟଠାରୁ ବିରିବାଟୀ ମଧ୍ୟରେ ଥିବା ମୁଖ୍ୟ କେନାଲର ୧୨ କିମି ଅଂଶରେ ୫ଟି ପୋଲ, ମତ୍ତଗଜପୁରଠାରେ ଗାର୍ଡ ୱାଲ ନିର୍ମାଣ କାର୍ଯ୍ୟ ଶେଷ ହୋଇପାରିନାହିଁ। ପାଣି ଛାଡ଼ିବା ପାଇଁ ପୂର୍ତ୍ତ ବିଭାଗ ତରଫରୁ ଆପତ୍ତିବିହୀନ ପ୍ରମାଣପତ୍ର (ଏନ୍‌ଓସି) ଜଳସମ୍ପଦ ବିଭାଗକୁ ଦିଆଯାଇ ନ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଏ ନେଇ ମହାନଦୀ ଦକ୍ଷିଣ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ରାଜେଶ କୁମାର ମହାନ୍ତି ବାରମ୍ବାର ପୂର୍ତ୍ତ ବିଭାଗକୁ ପତ୍ର ଲେଖିଥିଲେ ମଧ୍ୟ କେନାଲ ଶଯ୍ୟାରେ ପଡ଼ିଥିବା ନିର୍ମାଣ ସାମଗ୍ରୀକୁ ଉଠାଯାଇନାହିଁ। ୨୦୨୨ ଡିସେମ୍ବର ୧ରୁ ୫ଟି ପୋଲ ନିର୍ମାଣ ସହ କେନାଲ ବନ୍ଧ ରାସ୍ତା ପ୍ରଶସ୍ତୀକରଣ ପାଇଁ ପୂର୍ତ୍ତ ବିଭାଗ ଦାୟିତ୍ୱ ନେଇଥିବାରୁ ଜଳପ୍ରବାହ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯାଇଥିଲା। ଚାଉଳିଆଗଞ୍ଜ, କଣ୍ଟିଲୋ, ଡିହସାହି, ମତ୍ତଗଜପୁର, ବିରିବାଟୀଠାରେ ପୋଲ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିଛି। ତେଣୁ ବିନା ଏନ୍‌ଓସିରେ ପାଣି ଛଡାଗଲେ ଠିକା ସଂସ୍ଥା କେସ୍‌ କରିବା ସମ୍ଭାବନା ରହିଛି। ଜୁନ୍‌ ପ୍ରଥମ ସପ୍ତାହରୁ କେନାଲ ଶଯ୍ୟା ସଫା ପାଇଁ ପୂର୍ତ୍ତ ବିଭାଗକୁ ଚିଠି ଲେଖାଯାଇଛି ବୋଲି ଅଧୀକ୍ଷଣ ଯନ୍ତ୍ରୀ ମହାନ୍ତି କହିଛନ୍ତି। ହେଲେ ଏ ନେଇ କଟକସ୍ଥିତ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ମାଝୀଙ୍କୁ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା ତାଙ୍କର ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri