ସମ୍ବର୍ଦ୍ଧିତ ହେଲେ କୃତୀ ପ୍ରତିଭା

ପାଟଣା,୨୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ମୁଖ୍ୟ ଷ୍ଟାଡିୟମରେ ଶୁକ୍ରବାର ୨୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ପରିଚାଳନା ପରିଷଦ ସଭାପତି ଅରବିନ୍ଦ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ, ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଖଗେଶ୍ୱର ମହାନ୍ତ, ସମ୍ମାନିତ ଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାନ୍ତ, ପରିଚାଳନା ପରିଷଦ ସମ୍ପାଦକ ମୁରଲୀଧର ମହାନ୍ତ, ସଭାପତି ମଦନମୋହନ ମହାନ୍ତ, ବିଦ୍ୟାଳୟ ପ୍ରଧାନ ଆଚାର୍ଯ୍ୟ ଗଣେଶ୍ୱର କର ଏବଂ ଶିଶୁ ଭାରତୀ ଅଧ୍ୟକ୍ଷ ମିତ୍ରଭାନୁ ସେଠୀ ପ୍ରମୁଖ ଯୋଗ ଦେଇଥିଲେ। ସଭା ଆରମ୍ଭରେ ପ୍ରଧାନ ଆଚାର୍ଯ୍ୟ କର ବାର୍ଷିକ ବିବରଣୀ ପାଠ କରିବା ସହ ଛାତ୍ରୀଛାତଙ୍କ ସଫଳତା ଉପରେ କହିଥିଲେ। ମୁଖ୍ୟଅତିଥି ବିଧାୟକ ଉଦ୍‌ବୋଧନ ଦେଇ ଅଧ୍ୟବସାୟ ଏବଂ ନିଷ୍ଠା ବଳରେ ନିଜକୁ ଶ୍ରେଷ୍ଠ ସୋପାନରେ ପହଞ୍ଚାଇ ପାରିବ ବୋଲି ଛାତ୍ରୀଛାତ୍ରମାନଙ୍କୁ କହିଥିଲେ। ବକ୍ତା ମହାନ୍ତ ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ଓ ଶାରୀରିକ ବିକାଶ ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଲାଭ କରିଥିବା ଛାତ୍ରୀଛାତ୍ରଙ୍କୁ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri