ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଦକ୍ଷ ଯୁବ ଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକସେବା ଭବନରେ ୱାର୍ଲଡ ସ୍କିଲ କମ୍ପିଟେସନରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଏବଂ ଗେଡେଲା ଅଖିଳଙ୍କୁ ୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶାର ପିଲାମାନଙ୍କ ଦକ୍ଷତା ବର୍ତ୍ତମାନ ବିଶ୍ୱର ଦୃଷ୍ଟିକୁ ଆସିପାରିଛି। ଆଗାମୀ ଦିନରେ ଓଡିଶାରେ ଦକ୍ଷତା ବିକାଶକୁ ଏକ ଆନ୍ଦୋଳନରେ ପରିଣତ କରାଯିବ। ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ଏକ ବିକଶିତ ଓଡ଼ିଶା ଗଠନ ପାଇଁ ଆମର କାର୍ଯ୍ୟକ୍ରମ ପ୍ରସ୍ତୁତ ହେଉଛି। ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଆମର ଏହି ଦକ୍ଷ ଯୁବ ଶକ୍ତି। ଆମ ଯୁବ ଶକ୍ତି ହିଁ ଆମ ପରିଚୟ। ସେମାନେ ଆମ ପାଇଁ ନୂଆ କ୍ରାନ୍ତି। ସେମାନେ ହିଁ ଆମ ପାଇଁ ଅଖଣ୍ଡ ବିଶ୍ୱାସର ଆଧାର। ଯୁବ ଶକ୍ତିର ଦକ୍ଷତା ଆମର ଶକ୍ତି ଓ ଗୌରବ। ପ୍ରତ୍ୟେକ କ୍ଷେତ୍ରରେ, ପ୍ରତ୍ୟେକ ସ୍ତରରେ ଦକ୍ଷତାର ବିକାଶ ପାଇଁ ଆମର ଉଦ୍ୟମ ଜାରି ରହିବ।

ସୂଚନାଯୋଗ୍ୟ ଯେ, ଫ୍ରାନ୍ସର ଲିଅନ୍ଠାରେ ସେପ୍ଟେମ୍ବର ୧୦ ରୁ ୧୫ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ୱାର୍ଲଡ ସ୍କିଲ କମ୍ପିଟେସନରେ ଦେଶର ୬୦ ଜଣ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ କେବଳ ଓଡ଼ିଶାରୁ ୧୫ ଜଣ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଦେବଗଡ ଜିଲାର ଅମରେଶ ସାହୁ ଅକ୍ଷୟ ଶକ୍ତି କ୍ଷେତ୍ରରେ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ଗଜପତି ଜିଲାର ଗେଡେଲା ଅଖିଳ ୱାଟର ଟେକ୍ନୋଲୋଜିରେ ପଦକ ପାଇଛନ୍ତି।

ଏହି ଅବସରରେ ପିଲାମାନଙ୍କୁ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶର ୬୦ ଜଣ ପ୍ରତିଯୋଗୀମାନଙ୍କ ମଧ୍ୟରୁ କେବଳ ଓଡିଶାରୁ ୧୫ଜଣ ଭାଗ ନେବା ଏକ ବହୁତ ବଡ ସଫଳତା। ଓଡିଶାର ପିଲାମାନଙ୍କର ଦକ୍ଷତା ଉପରେ ଥିବା ଭରସାର ଏହା ହେଉଛି ଜ୍ୱଳନ୍ତ ପ୍ରମାଣ। ଏହା ଆମ ଦକ୍ଷତାର ନୂଆ ମାନଦଣ୍ଡ। ଓଡ଼ିଶାର ପିଲାମାନଙ୍କ ଦକ୍ଷତା ବର୍ତ୍ତମାନ ସାରା ବିଶର ଦୃଷ୍ଟିକୁ ଆସି ଗଲାଣି। ଏହିଭଳି ଦକ୍ଷ ଯୁବତୀଯୁବକମାନେ ହିଁ ଓଡ଼ିଶା ପାଇଁ ଏକ ସୁନ୍ଦର ଭବିଷ୍ୟତ ନିର୍ମାଣ କରି ପାରିବେ। ଏହି ଭଳି ଦକ୍ଷ ଯୁବତୀଯୁବକମାନଙ୍କ କାନ୍ଧରେ ହିଁ ଅଛି ଏକ ନୂତନ ଓଡିଶା ଗଠନର ଗୁରୁ ଦାୟିତ୍ୱ।

ଓଡ଼ିଶାରେ ଦକ୍ଷତା ବିକାଶ ପାଇଁ ଆମେ ରୋଡ ମ୍ୟାପ ପ୍ରସ୍ତୁତ କରିଛୁ। ଆମେ କେବଳ ସ୍ବପ୍ନ ଦେଖେଇବାରେ ବିଶ୍ୱାସ ରଖୁନା, ବରଂ ବାସ୍ତବତାର ରୂପାୟନ କରିଥାଉ। ଏ ବର୍ଷ ବଜେଟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା କ୍ଷେତ୍ରରେ କେବଳ ପ୍ରୋଗ୍ରାମ ଇମ୍ପ୍ଲିମେଣ୍ଟେସନ ପାଇଁ ୧୦୫୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?