‘ନିଜ ଅଳିଆ ଅନ୍ୟ ଘରେ ନ ପକାଉ ପାକିସ୍ତାନ’, ପେଶାୱର ଆକ୍ରମଣ ପରେ ପ୍ରତିକ୍ରିୟା ରଖିଲା ତାଲିବାନ

କାବୁଲ,୨ ।୨: ପେଶାୱରର ପୋଲିସ ଲାଇନରେ ଥିବା ମସଜିଦ ଉପରେ ହୋଇଥିବା ଆତ୍ମଘାତି ଆକ୍ରମଣ ସମ୍ପୂର୍ଣ୍ଣ ପାକିସ୍ତାନକୁ ଦୋହଲାଇ ଦେଇଛି । ଏହି ଆକ୍ରମଣରେ ଏବେ ପର୍ଯ୍ୟନ୍ତ ୧୦୧ ଜଣଙ୍କ ମୃତ୍ୟୁ ହେଲାଣି । ଏବେବି ୨୦୦ରୁ ଅଧିକ ଆହତଙ୍କର ହସ୍ପିଟାଲରେ ଚିକିତ୍ସା ଚାଲିଛି । ଏମାନଙ୍କ ମଧ୍ୟରେ ଅନେକେ ଏବେବି ଜୀବନ ଓ ମୃତ୍ୟୁ ସହ ଲଢେଇ କରି ଚାଲିଛନ୍ତି । ଅର୍ଥାତ୍ ମୃତକଙ୍କ ସଂଖ୍ୟା ଆଗକୁ ଆହୁରି ବଢିପାରେ ବୋଲି ଅନୁମାନ କରାଯାଉଛି ।
ଏହି ଆକ୍ରମଣ ପରେ ପାକିସ୍ତାନର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି । ଯାଞ୍ଚ ହେଉଛି କି ସୁରକ୍ଷାରେ ଏତେବଡ ଭୁଲ କେମିତି ହେଲା । ଏହାରି ଭିତରେ ଏହି ଆତ୍ମଘାତି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି ତହରିକ-ଏ-ତାଲିବାନର ଏକ ସଂସ୍ଥା । ଅନ୍ୟପଟେ ଏହି ଆକ୍ରମଣ ପରେ ପାକିସ୍ତାନ ଓ ତାଲିବାନ ମଧ୍ୟରେ ବିବାଦ ବଢିବାରେ ଲାଗିଛି । ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫ ଏହି ଘଟଣା ପାଇଁ ଆଫଗାନ ବର୍ଡରକୁ ଦାୟୀ କରାଇବା ପରେ ତାଲିବାନ ରାଗି ଯାଇଛି ।
ଟୋଲୋ ନ୍ୟୁଜର ସୂଚନା ଅନୁଯାୟୀ, ଅମିର ମୁତ୍ତାକୀ କହିଛନ୍ତି ପାକିସ୍ତାନ ଆଫଗାନିସ୍ତାନକୁ ଦାୟୀ କରାଇବା ଛାଡି ଦେଉ, ପାକିସ୍ତାନ ନିଜ ସମସ୍ୟା ନିଜେ ସମାଧାନ କରୁ । କେବଳ ସେତିକି ନୁହେଁ ସେ ଆହୁରି ମଧ୍ୟ କହିଛନ୍ତି ପାକିସ୍ତାନ ନିଜ ଅଳିଆ ଅନ୍ୟ ଘରେ ପକାଇବା ଛାଡି ଦେବା ଦରକାର ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri