ଆମେରିକାକୁ ତାଲିବାନର ଧମକ

କାବୁଲ,୨୩ ।୮: ଆଫଗାନିସ୍ତାନରେ ତାଲିବାନର ରାଜୁତି । ଏକଥା ଏବେ ସାରା ବିଶ୍ୱରେ ଆଲୋଚନାର ବିଷୟ । ତାଲିବାନ ଭୟରେ ଏବେ ଆଫଗାନିସ୍ତାନରୁ ଲୋକେ ଦେଶ ଛାଡି ପଳାଉଥିବା ସମସ୍ତଙ୍କୁ ଜଣା । ଏହାରି ଭିତରେ ଆମେରିକା ଓ ଅନ୍ୟ ନାଟୋ ଦେଶର ସେନା ଆଫଗାନିସ୍ତାନ ଛାଡି ଚାଲି ଯାଉଥିବା ଦେଖାଯାଇଛି । ହେଳେ ରେସକ୍ୟୁ ମିଶନ ପାଇଁ ଏସବୁ ଦେଶର ସେନା ବହୁ ପରିମାଣରେ କାବୁଲ ଏୟାର ପୋର୍ଟରେ ଜମା ହୋଇଛନ୍ତି । ଇତିମଧ୍ୟରେ ତାଲିବାନ ଆମେରିକାକୁ ଖୋଲାଖୋଲି ଧମକ ଦେଇଛି । ତାଲିବାନର ପ୍ରବକ୍ତା ସୋହେଲ ଶାହିନ ସୋମବାର କତରଠାରେ ଏକ ବୟାନ ଜାରି କରିଛନ୍ତି । ସେ କହିଛନ୍ତି ଯଦି ଆମେରିକା ତା’ର ସେନାଙ୍କୁ ଫେରାଇ ନେବାରେ ବିଳମ୍ବ କରେ ତେବେ ତାକୁ ଏହାର ଭୟଙ୍କର ପରିଣାମ ଭୋଗିବାକୁ ପଡିବ । ତାଲିବାନ ପକ୍ଷରୁ ୩୧ ଅଗଷ୍ଟ ଡେଡ୍ ଲାଇନ ଦିଆଯାଇଛି । ସୂଚନାଯୋଗ୍ୟ, ଏହା ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଥିଲେ ୩୧ ଅଗଷ୍ଟ ସୁଦ୍ଧା ରେସକ୍ୟୁ ଅପରେଶନ ଅବଧି ପୂରଣ କରି ଆମେରିକା ତା’ର ସେନାଙ୍କୁ ଫେରାଇ ନେବ । ଯଦି ଏହା ସମ୍ଭବ ନ ହେଲା ତା’ହେଲେ କିଛିଦିନ ପାଇଁ ଆମରିକା ସେନା ସେଠାରେ ରହିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri