ଆମେରିକାର ୯/୧୧ ଆତଙ୍କବାଦୀ ଆକ୍ରମଣକୁ ପ୍ରଥମଥର ପାଇଁ ନିନ୍ଦା କଲା ତାଲିବାନ!

କାବୁଲ,୧୨ ।୯: ଆମେରିକାଠାରୁ ୧୧ହଜାର ୧୩୧ କିଲୋମିଟର ଦୂର ତାଳିବାନରେ ଆମେରିକା ଉପରେ କରାଯାଇଥିବା ୯/୧୧ ଆତଙ୍କବାଦୀ ଆକ୍ରମଣର ଏନ୍ତୁଡିଶାଳ ଥିବା ବେଳେ ଏବେ ଦୀର୍ଘ ୨୦ ବର୍ଷ ପରେ ତାଲିବାନ ପ୍ରଥମଥର ପାଇଁ ଏହି ଘଟଣାର ନିନ୍ଦା କରିଥିବା ଜଣାପଡିଛି । ଏକ ଘରୋଇ ଟେଲିଭିଜନ ଚ୍ୟାନେଲକୁ ତାଲିବାନ ଦେଇଥିବା ଏକ ସାକ୍ଷାତ୍‌କାରରେ ସେ ଆମେରିକା ଆତଙ୍କବାଦୀ ଆକ୍ରମଣର ନିନ୍ଦା କରିଥିବା କୁହାଯାଉଛି । ଏହାସହ ତାଲିବାନ ପ୍ରବକ୍ତା ଅଲ କାଏଦା ଆତଙ୍କବାଦୀ ସଙ୍ଗଠନଠାରୁ ବି ଅଲଗା ହୋଇଯାଇଥିବା ପ୍ରକାଶ କରିଛନ୍ତି । ଅଲକାଏଦାର ଆତଙ୍କବାଦୀ ବିନ୍ ଲାଦେନ ଯେଉଁ ତାଲିବାନ ପରାମର୍ଶରେ ଆଫଗାନିସ୍ତାନରେ ଲୁଚି ରହିଥିଲା ଏବେ ସେହି ତାଲିବାନ ଅଲ କାଏଦା ସହ ଥିବା ତା’ର ସମ୍ପର୍କ ଉପରେ ପରଦା ଟାଣୁଛି ବୋଲି କୁହାଯାଉଛି । ତାଲିବାନର ପ୍ରବକ୍ତା ତାରିଫ ଗଜନିୱାଲ କହିଛନ୍ତି ଆମେରିକାରେ କରାଯାଇଥିବା ୯/୧୧ ଆକ୍ରମଣ ଠିକ୍ ନ ଥିଲା । ନିର୍ଦ୍ଦୋଷ ଓ ନିଷ୍ପାପଙ୍କ ରକ୍ତ ବୁହାଇବା ଭୁଲ୍ ଥିଲା । ଅଲ କାଏଦା ସହ ତାଙ୍କର କୌଣସି ସମ୍ପର୍କ ନାହିଁ । ଜିହାଦ ନାଁରେ ନିଷ୍ପାପଙ୍କୁ ମାରିବା ଭୁଲ ଥିଲା । ଏହା ତାଲିବାନର ଅଭିନୟ ବୋଲି କୁହାଯାଉଛି । କାରଣ ତାଲିବାନ ନିକଟରେ ଅର୍ଥର ଘୋର ଅଭାବ ଥିବା ବେଳେ ଏପରି ନ କଲେ ହୁଏତ ବିଦେଶୀ ମୁଦ୍ରା ପହଞ୍ଚିବାରେ ବାଧା ଉପୁଜିପାରେ ବୋଲି ତାଲିବାନ ଚିନ୍ତା କରି ଏଭଳି ମନ୍ତବ୍ୟ ଦେଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri