ପୁଣି ସପ୍ତାହେ ଘୁଞ୍ଚିଲା ତାଲିବାନ ସରକାର ଗଠନ ପ୍ରକ୍ରିୟା

ପେଶାୱର,୪ ।୯: ଆଫଗାନିସ୍ତାନରେ ନୂଆ ସରକାର ଗଠନ ଆସନ୍ତା ସପ୍ତାହରେ ହେବ । ଏହାକୁ ନେଇ ତାଲିବାନ ପକ୍ଷରୁ ଅଫିସିୟାଲି ଘୋଷଣା କରାଯାଇଛି । ସରକାର ଗଠନକୁ ନେଇ ଶନିବାର ହୋଇଥିବା ବୈଠକ ପରେ ତାଲିବାନ ନେତା କହିଛନ୍ତି ସରକାରରେ ସାମିଲ ହେଉଥିବା ନାଁର ଘୋଷଣା ସରକାର ଗଠନ ସହ ହେବ । ଅନୁମାନ କରାଯାଉଛି କି ତାଲିବାନର ସହ ସଂସ୍ଥାପକ ମୁଲ୍ଲା ବରାଦର ଏହି ନୂଆ ସରକାରର ନେତୃତ୍ୱ ନେବେ । ତାଲିବାନ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୋହା ସ୍ଥିତ ତାଲିବାନ ରାଜନୈତିକ କାର୍ଯ୍ୟାଳୟର ଚେୟାରମ୍ୟାନ ମୁଲ୍ଲା ଅବଦୁଲ ଗନି ବରଦାରଙ୍କୁ ସରକାରଙ୍କ ମୁଖ୍ୟ କରିବାକୁ ସାର୍ବଜନୀନ ଘୋଷଣା ଶୀଘ୍ର କରାଯିବ । ମୁଲ୍ଲା ବରାଦରଙ୍କ ସହ ତାଲିବାନର ସଂସ୍ଥାପକ ମୁଲ୍ଲା ଉମରଙ୍କ ପୁଅ ମୁଲ୍ଲା ମହମ୍ମଦ ୟାକୁବ ଓ ଶେର ମହମ୍ମଦ ଅବ୍ୱାସ ଷ୍ଟେନକଜଇଙ୍କର ମଧ୍ୟ ସରକାରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ । ତାଲିବାନ ସୂଚନା ଓ ସଂସ୍କୃତି ଆୟୋଗର ବରିଷ୍ଠ ଅଧିକାରୀ ମୁଫତି ଇମାନୁଲ୍ଲାହ ସାମଗାନି କହିଛନ୍ତି ସମସ୍ତ ବଡ ବଡ ନେତା କାବୁଲ ପହଞ୍ଚି ସାରିଛନ୍ତି । ଆଉ ନୂଆ ସରକାର ଗଠନ ପ୍ରକ୍ରିୟା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ସରକାର ଗଠନକୁ ନେଇ ଆପୋଷ ସହମତି ହୋଇ ସାରିଛି । ଆଉ ଏବେ ମନ୍ତ୍ରିମଣ୍ଡଳକୁ ନେଇ କିଛି ଆବଶ୍ୟକ କଥାବାର୍ତ୍ତା ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri