ସରକାର ଗଠନ ପାଇଁ ଆଉ ଦିନେ ଦୁଇଦିନ ସମୟ ନେବ ତାଲିବାନ

କାବୁଲ,୩ ।୯: ଆଫଗାନିସ୍ତାନକୁ କବଜା କରିଥିବା ତାଲିବାନ ସେଠାରେ ଶୁକ୍ରବାର ସରକାର ଗଠନ କରିବ ବୋଲି ଜଣାପଡିଥିଲା । ହେଲେ ଏବେ ବିଶେଷ ସୂତ୍ରରୁ ସୂଚନା ମିଳିଛି କି ସେଠାରେ ତାଲିବାନ ସରକାର ଗଠନ କରିବାକୁ ଆଉ ଦିନେ ଦୁଇଦିନ ସମୟ ଲାଗିପାରେ । ଇରାନ ଭଳି ତାଲିବାନ କାବୁଲରେ ନୂଆ ସରକାର ଗଠନ କରିବାକୁ ପ୍ରସ୍ତୁତ ହୋଇ ଗଲାଣି । ତାଲିବାନର ସବୁଠାରୁ ବଡ ଧାର୍ମିକ ନେତା ମୁଲ୍ଲା ହେବତୁଲ୍ଲା ଅଖୁଂଦଜାଦାଙ୍କୁ ଆଫଗାନିସ୍ତାନର ସର୍ବୋଚ୍ଚ ନେତା ଆସନରେ ବସାଯିବ । ନୂଆ ସରକାରରେ ୬୦ ବର୍ଷିୟ ମୁଲ୍ଲା ତାଲିବାନ ସରକାରଙ୍କ ସର୍ବୋଚ୍ଚ ନେତା ହେବେ । ଇରାନ ନେତୃତ୍ୱରେ ଏହି ବ୍ୟବସ୍ଥା କରାଯିବ । ଯେଉଁଠାରେ ସର୍ବୋଚ୍ଚ ନେତା ଦେଶର ସର୍ବବୃହତ୍ତ ରାଜନୈତିକ ଏବଂ ଧାର୍ମିକ ଅଧିକାରୀ ହେବେ । ତାଙ୍କର ସ୍ଥିତି ରାଷ୍ଟ୍ରପତିଙ୍କଠାରୁ ଅଧିକ ଏବଂ ସେ ସେନା, ସରକାର ଓ ନ୍ୟାୟିକ ବ୍ୟବସ୍ଥାର ମୁଖ୍ୟମାନଙ୍କୁ ନିଯୁକ୍ତ କରନ୍ତି । ଦେଶର ରାଜନୈତିକ, ଧାର୍ମିକ ଓ ସାମରିକ କାର୍ଯ୍ୟରେ ଏହି ସର୍ବୋଚ୍ଚ ନେତାଙ୍କ ନିଷ୍ପତ୍ତି ଚୁଡାନ୍ତ ବୋଲି ଧରାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

କୋରାପୁଟର ୮୮,୨୮୯ ଚାଷୀଙ୍କ ଖାତାକୁ ଗଲା ୧୭.୮୮ କୋଟି ଟଙ୍କା

କୋରାପୁଟ,୪ା୯(ଅମିତାଭ ବେହରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri