କାବୁଲରେ ତାଲିବାନ, ଶାନ୍ତିପୂର୍ଣ୍ଣ ଭାବେ ହେବ କ୍ଷମତା ହସ୍ତାନ୍ତର କହିଲେ ମନ୍ତ୍ରୀ…

କାବୁଲ,୧୫।୮: ଆଫଗାନିସ୍ତାନର କାବୁଲରେ ତାଲିବାନ ସଦସ୍ୟ ପ୍ରବେଶ କରିଛନ୍ତି। ସହରର ଆକାଶରେ ସୈନ୍ୟ ବାହିନୀ ହେଲିକପ୍ଟର ଉଡ଼ିବୁଲି ସ୍ଥିତି ଅନୁଧ୍ୟାନ କରୁଛି। ଏପରିସ୍ଥଳେ ଗୃହମନ୍ତ୍ରୀ ଅବଦୁଲ୍‌ ସତାର ମିର୍ଜାକ୍ୱାଲ କହିଛନ୍ତି ଯେ, ସହର ଉପରେ ଆକ୍ରମଣ ହୋଇନାହିଁ। କ୍ଷମତା ହସ୍ତାନ୍ତର ଶାନ୍ତିପୂର୍ଣ୍ଣ ଭାବେ କରାଯିବ ବୋଲି ସେ କହିଛନ୍ତି। ଅପରପକ୍ଷରେ ରାଷ୍ଟ୍ରପତି ଅଶରଫ୍‌ ଘନି କହିଛନ୍ତି, କାବୁଲ ସ୍ଥିତି ନିୟନ୍ତ୍ରଣରେ ରହିଛି। ଭୟ କରିବାର କୌଣସି କାରଣ ନାହିଁ। ଇତିମଧ୍ୟରେ ସହରରେ କାର୍ଯ୍ୟ କରୁଥିବା ସମସ୍ତ ସରକାରୀ କର୍ମଚାରୀଙ୍କୁ ଘରକୁ ପଠାଇ ଦିଆଯାଇଛି। ତାଲିବାନ ପକ୍ଷରୁ କୁହାଯାଇଛି କାବୁଲରେ ବଳପୂର୍ବକ ପ୍ରବେଶ କରାଯିବ ନାହିଁ। ସରକାରଙ୍କ ସହିତ ଆଲୋଚନା ଜାରି ରହିଛି। କାହା ଉପରେ ପ୍ରତିଶୋଧ ମନୋଭାବ ରଖାଯାଇ ନାହିଁ ବୋଲି ତାଲିବାନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri