ତାଲିବାନ-ଆଇଏସଆଇଏସ ମୁହାଁମୁହିଁ…

କାବୁଲ,୧୯।୩ : ଆଫଗାନିସ୍ତାନରେ ତାଲିବାନ ଆଇଏସଆଇଏସ ମୁହାଁମୁହିଁ ହୋଇଛନ୍ତି। ତାଲିବାନ ଆକ୍ରମଣରେ କେତେକ ଆଇଏସଆଇଏସ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି। ତାଲିବାନ ମୁଖପାତ୍ର ଜାବୁଲ୍ଲା ମୁଜାହିଦ କହିଛନ୍ତି ଯେ ବାଲଖ ପ୍ରଦେଶର ମଜାର-ଇ-ସରିଫରେ ବିଦ୍ରୋହୀଙ୍କ ବିରୋଧରେ ତାଲିବାନ ସୁରକ୍ଷା ବାହିନୀ ଏକ ବଡ଼ ଆକ୍ରମଣ କରିଛି। ମୁଜାହିଦ କହିଛନ୍ତି ଯେ ତାଲିବାନ ସୁରକ୍ଷା ବାହିନୀ ଆଇଏସଆଇଏସ ଆତଙ୍କବାଦୀଙ୍କ ବିରୋଧରେ ଏକ ସୱତନ୍ତ୍ର ଅପରେଶନ ଆରମ୍ଭ କରିଛି।

ମୁଜାହିଦଙ୍କ ଅନୁଯାୟୀ ଏହି ଅପରେଶନ ତାଲିବାନ ସୁରକ୍ଷା ବାହିନୀର ଜଣେ ସଦସ୍ୟ ଆହତ ହୋଇଥିଲେ। ଖାମା ପ୍ରେସ ରିପୋର୍ଟ ଅନୁଯାୟୀ ତାଜାବାନ ସୁରକ୍ଷା ବାହିନୀ ଏବଂ ବିଦ୍ରୋହୀମାନଙ୍କ ମଧ୍ୟରେ ମଜାର-ଇ-ସରିଫର ଦସ୍ତ ଶୋର ଅଞ୍ଚଳରେ ସଂଘର୍ଷ ଘଟିଥିବାର ସ୍ଥାନୀୟ ସୂତ୍ରରୁ ପ୍ରକାଶ।

ଏକ ସରକାରୀ ବିବୃତ୍ତି ଅନୁଯାୟୀ, ମଜାର-ଇ-ସରିଫରେ ହୋଇଥିବା ଅପରେଶନରେ ନିହତ ହୋଇଥିବା ୫ ଜଣ ଆତଙ୍କବାଦୀ ତାଜିକିସ୍ତାନ ଏବଂ ଉଜବେକିସ୍ତାନର ନାଗରିକ ଥିଲେ। ବାଲଖ ପୋଲିସ ମୁଖପାତ୍ର ମହମ୍ମଦ ଆସିଫ ୱାଜିର ପାଜୱୋକ ଆଫଗାନିସ୍ତାନ ନ୍ୟୁଜକୁ କହିଛନ୍ତି ଯେ ଗୁପ୍ତଚର ଭିତ୍ତିକ ଅପରେଶନର ଏକ ଅଂଶ ଭାବରେ ମଜାର-ଇ-ସରିଫରେ ତିନୋଟି ଆଇଏସଆଇଏସ ଲୁଚି ରହିଥିବା ସ୍ଥାନ ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri