ଆଫଗାନ ମହିଳାଙ୍କ ପାଇଁ ତାଲିବାନର ଆଉ ଏକ ନୂଆ ନିୟମ

କାବୁଲ,୨୮ ।୧୨: ଆଫଗାନିସ୍ତାନରେ ନିଜର ସ୍ଥିତି ଜାହିର କରିଥିବା ତାଲିବାନ ଆଫଗାନ ମହିଳାଙ୍କ ପାଇଁ ଆଉ ଏକ ନିୟମ ଆଣିଛି । ଏହା ପୂର୍ବରୁ ମହିଳାଙ୍କ ପାଇଁ ବିଭିନ୍ନ ପ୍ରକାର ପ୍ରତିବନ୍ଧକ ଲଗାଇଥିବା ତାଲିବାନ ଏଥର ମହିଳାଙ୍କ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଛି । ତାଲିବାନର ‘ଉତ୍ତମତା ବିସ୍ତାର କରିବା ଓ ଖରାପକୁ ରୋକିବା’ ମନ୍ତ୍ରଣାଳୟ ଦ୍ୱାରା ଏହା ଜାରି କରାଯାଇଛି । ଏଥିରେ କୁହାଯାଇଛି କି ଏଣିକି ମହିଳାମାନେ ବିନା ପୁରୁଷରେ ଦୂର ଯାତ୍ରା କରିପାରିବେ ନାହିଁ । ସେମାନଙ୍କୁ ଏକେଲା ଯାତ୍ରା କରିବାର ଅନୁମତି ମିଳିବ ନାହିଁ । ଦୂର ସ୍ଥାନକୁ ଯାତ୍ରା କରିବାକୁ ହେଲେ ମହିଳାଙ୍କ ସହ ନିକଟ ସମ୍ପର୍କୀୟ ଜଣେ ପୁରୁଷ ରହିବା ନିହାତି ଜରୁରୀ । କିନ୍ତୁ ଆଖପାଖକୁ ମହିଳାମାନେ ଏକେଲା ଯାତ୍ରା କରିପାରିବେ ।
ତାଲିବାନ ସରକାରଙ୍କ ପ୍ରବକ୍ତା ସଦିକ ଅକିଫ ମୁହାଜିର କହିଛନ୍ତି ଯେଉଁ ମହିଳାମାନେ ୭୨ କିଲୋମିଟରରୁ ଅଧିକ ବାଟ ଯାତ୍ରା କରିବାକୁ ଚାହୁଁଥିବେ ସେମାନଙ୍କ ସହ ଜଣେ ସମ୍ପର୍କୀୟ ପୁରୁଷ ରହିବା ଜରୁରୀ । ଏହାପରେ ତାଙ୍କୁ ଯାତ୍ରା କରିବାକୁ ଅନୁମତି ମିଳିବ । ତେଣୁ ମହିଳାଙ୍କ ସହ ପୁରୁଷ ରହିବା ଅନିର୍ବାଜ୍ୟ । ତାଲିବାନ ସରକାରଙ୍କ ଏହି ନୂଆ ନିୟମକୁ ନେଇ ମାନବାଧିକାର କର୍ମୀ ଆପତ୍ତି ଉଠାଇଛନ୍ତି । ସେମାନଙ୍କ କହିବା କଥା ହେଲା ମହିଳାଙ୍କୁ ବନ୍ଦି କରି ରଖିବାର ଏହା ଆଉ ଏକ ନିୟମ । ଏହାସହ ଗାଡି ମାଲିକଙ୍କୁ କୁହାଯାଇଛି କି ବିନା ହିଜାବ ବାଲା ମହିଳାଙ୍କୁ ଗାଡିରେ ବସିବାକୁ ଅନୁମତି ଦିଆଯିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri