ଭାରତ ଦ୍ୱାରା ମୋଷ୍ଟ ଓ୍ବାଣ୍ଟେଡ ଘୋଷିତ ଆତଙ୍କବାଦୀଙ୍କୁ ହତ୍ୟା କଲା ତାଲିବାନ…

କାବୁଲ,୨୧।୨ : ଭାରତ ସରକାରଙ୍କ ଦ୍ୱାରା ମୋଷ୍ଟ ଓ୍ବାଣ୍ଟେଡ ଘୋଷିତ ଆତଙ୍କବାଦୀ ମଧ୍ୟରୁ ଜିହାଦି କମାଣ୍ଡର ଏଜାଜ ଅହମ୍ମଦ ଅହନଗରଙ୍କର ଆଫଗାନିସ୍ତାନରେ ମୃତ୍ୟୁ ଘଟିଛି। ଇଜାଜ ଅହମ୍ମଦ ଇସଲାମିକ ଷ୍ଟେଟ ପାଇଁ କାର୍ଯ୍ୟ କରୁଥିଲେ। ସେ କାବୁଲ ଏବଂ ଜଲାଲାବାଦରେ ଭାରତୀୟ ସମ୍ପ୍ରଦାୟ ଉପରେ ଆକ୍ରମଣ କରିଥିଲେ। ତାଙ୍କ ମୃତ୍ୟୁକୁ ନେଇ ତାଲିବାନ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ ପାଇନାହିଁ, କିନ୍ତୁ ଭାରତୀୟ ସୁରକ୍ଷା ବାହିନୀ ଏବଂ ଗୁପ୍ତଚର ସଂସ୍ଥା ଦାବି କରିଛନ୍ତି ଯେ ଏଜାଜଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଏଜାଜଙ୍କ ସମ୍ପର୍କୀୟମାନେ ମଧ୍ୟ ତାଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି। ଜାନୁଆରୀରେ ଭାରତୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ଇଜାଜଙ୍କୁ ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଘୋଷଣା କରାଯାଇଥିଲା।

ସୂଚନାନୁସାରେ, ଦକ୍ଷିଣ ଆଫଗାନିସ୍ତାନର କୁନାର ଅଞ୍ଚଳରେ ତାଲିବାନ ଏବଂ ଆଇଏସ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଯେଉଁଥିରେ ଏଜାଜ ଅହମ୍ମଦଙ୍କ ମୃତ୍ୟୁ ଘଟିଥିଲା। ସେ କୁନାରରେ ଲୁଚି ରହିଥିଲେ। କଶ୍ମୀରରେ ଜନ୍ମିତ ଆତଙ୍କବାଦୀ ଏଜାଜ ଅହମ୍ମଦ ଓରଫ ଆବୁ ଉସମାନ ଅଲ-କଶ୍ମୀରଙ୍କୁ ସରକାରୀ ଭାବେ ଆତଙ୍କବାଦୀ ଘୋଷିତ କରାଯାଇଥିଲା। ଏକ ବିଜ୍ଞପ୍ତି ମାଧ୍ୟମରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏଜାଜଙ୍କୁ ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଅଧିନିୟମ, ୧୯୬୭ ଅନୁଯାୟୀ ଆତଙ୍କବାଦୀ ଭାବରେ ଘୋଷିତ କରିଥିଲେ।

୧୯୭୪ ମସିହାରେ ଶ୍ରୀନଗରରେ ଜନ୍ମଗ୍ରହଣ କରିଥିବା ଏଜାଜ ଅହମ୍ମଦ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଜମ୍ମୁ-କଶ୍ମୀରରେ ଜଣେ ଆତଙ୍କବାଦୀ ଥିଲେ। ଏଜାଜ ବିଭିନ୍ନ ଆତଙ୍କବାଦୀ ଗୋଷ୍ଠୀ ମଧ୍ୟରେ ଏକ ସମନ୍ବୟ ଚ୍ୟାନେଲ ସୃଷ୍ଟି କରି ଦୀର୍ଘ ଦିନ ଧରି ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକାଳପ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri