ବୁର୍ଖା ପିନ୍ଧି ନ ଥିବାରୁ ଗଲା ଜୀବନ

କାବୁଲ,୫ା୮- ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରୁ ବିଦେଶୀ ସୈନ୍ୟମାନେ ସ୍ବଦେଶ ଫେରୁଥିବା ବେଳେ ନିରୀହ ନାଗରିକମାନଙ୍କୁ ଟାର୍ଗେଟ କରୁଛନ୍ତି ଆତଙ୍କବାଦୀ। ତାଲିବାନ ଆତଙ୍କବାଦୀମାନେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ତାଙ୍କର ଦୋଷ ହେଲା ସେ ବୁର୍ଖା ପିନ୍ଧି ନ ଥିଲେ। ବୁର୍ଖା ପିନ୍ଧି ନ ଥିବାରୁ ତାଙ୍କୁ କାର୍‌ରୁ ଘୋଷାରିଆଣି ଗୁଳି କରି ହତ୍ୟା କରାଯାଇଛି। ଏ ନେଇ ଆଫଗାନ୍‌ ଟାଇମ୍ସରେ ଏକ ରିପୋର୍ଟ ପ୍ରକାଶ ପାଇଛି। ହେଲେ ଏହାକୁ ଖଣ୍ଡନ କରିଛନ୍ତି ତାଲିବାନ ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ।

ଆଫଗାନିସ୍ତାନରେ ଇସ୍‌ଲାମିକ୍‌ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ଚାହୁଁଛି ତାଲିବାନ। ଇସ୍‌ଲାମିକ୍‌ କଠୋର ଆଇନରକୁ ଆପଣେଥିବା ତାଲିବାନ ଅନୁସାରେ ଝିଅମାନେ ସ୍କୁଲ ଯାଇପାରିବେ ନାହିଁ। ସ୍ବାମୀଙ୍କ ଛଡ଼ା ଅନ୍ୟ କୌଣସି ପୁରୁଷ ସହ ସମ୍ପର୍କରେ ରଖିଲେ ମହିଳାଙ୍କୁ ଷ୍ଟାଡିୟମ୍‌ରେ ଟେକାମାଡ଼ କରି ହତ୍ୟା କରାଯିବ। ମହିଳାମାନେ ସର୍ବଦା ମସ୍ତକ ଘୋଡ଼ାଇ ରଖିବାକୁ ବାଧ୍ୟ। ପରିବାରର ପୁରୁଷ ସଦସ୍ୟଙ୍କ ବିନା ଘରୁ ବାହାରିବା ଅନୁଚିତ। ତାଲିବାନ ଦଖଲରେ ଥିବା କେତେକ ଅଞ୍ଚଳରେ ମହିଳାଙ୍କ ବିରୋଧରେ ଏଭଳି କଠୋର ଆଇନ ବ୍ୟବସ୍ଥା କରାଯାଇଛି। ୧୯୯୬ରୁ ୨୦୦୧ ପର୍ଯ୍ୟନ୍ତ ଆଫଗାନିସ୍ତାନରେ ତାଲିବାନର ଏଭଳି ଶାସନ ଚାଲିଥିଲା। ୨୦୦୧ରେ ଆମେରିକା ନେତୃତ୍ୱାଧୀନ ସାମରିକ ମେଣ୍ଟର ଆକ୍ରମଣ ପରେ ଶାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri