ଆମେରିକା ଅସ୍ତ୍ରଶସ୍ତ୍ର ଲୁଟି ନେଲା ତାଲିବାନ୍‌, ପାକିସ୍ତାନ ପାଇଁ ପାଲଟିବ ବୁମେରାଂ…

କାବୁଲ,୨୪।୮: ତାଲିବାନ ଆତଙ୍କବାଦୀମାନେ ଆମେରିକା ଅସ୍ତ୍ରଶସ୍ତ୍ର ଲୁଟି ନେଇଛନ୍ତି। ଏହାକୁ ସେମାନେ ପାକିସ୍ତାନ ପଠାଇ ଦେଇଛନ୍ତି। ମାତ୍ର ଭାରତ ବିରୋଧରେ ଏହାର ବ୍ୟବହାର ପୂର୍ବରୁ ପାକିସ୍ତାନରେ ଆତଙ୍କ ସୃଷ୍ଟି କରାଯିବ ବୋଲି କେତେକ ଉଚ୍ଚପଦସ୍ଥ ଭାରତୀୟ ସେନା ଅଧିକାରୀ କହିଛନ୍ତି। ଏହି ଅସ୍ତ୍ରଶସ୍ତ୍ର ପାକିସ୍ତାନ ପାଇଁ ବୁମେରାଂ ପାଲଟିବ ବୋଲି ସେନା ଅଧିକାରୀମାନେ କହିଛନ୍ତି। ଅଧିକାରୀ କହିଛନ୍ତି ଯେ ଭାରତରେ କାର୍ଯ୍ୟ କରୁଥିବା ଆତଙ୍କବାଦୀ ଗୋଷ୍ଠୀକୁ ମଧ୍ୟ ଅସ୍ତ୍ର ଯୋଗାଇବାର ସମ୍ଭାବନା ରହିଛି, କିନ୍ତୁ ସେମାନଙ୍କ ସହ ମୁକାବିଲା କରିବାକୁ ସୁରକ୍ଷା ବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ସେନା ଅଧିକାରୀ କହିଛନ୍ତି। ଅଧିକାରୀମାନଙ୍କୁ ମିଳିଥିବା ଇନପୁଟ ଅନୁସାରେ ଲୁଟ ହୋଇଥିବା କେତେକ ଛୋଟ ଅସ୍ତ୍ର ପାକିସ୍ତାନକୁ ପଠାଯାଉଛି। କିନ୍ତୁ ତାଲିବାନର ବିଜୟ ଯେପରି ଆତଙ୍କବାଦୀ ଗୋଷ୍ଠୀକୁ ଉତ୍ସାହିତ କରିଛି, ଏହି ଅସ୍ତ୍ରଶସ୍ତ୍ରକୁ ହିଂସା ପାଇଁ ପାକିସ୍ତାନ ବିରୋଧରେ ବ୍ୟବହାର କରାଯିବାର ବଡ଼ ସମ୍ଭାବନା ଅଛ ବୋଲି ସେନା ଅଧିକାରୀମାନେ ସୂଚନା ଦେଇଛନ୍ତି। ଲୁଟ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ଏମ୍‌-୧୬ ଏବଂ ଏମ୍‌-୪ ଆସଲ୍ଟ ରାଇଫଲ, ଇସ୍ପାତ କୋର ବୁଲେଟ,ବୁଲେଟ ପ୍ରୁଫ ଉପକରଣ, ନାଇଟ ଭିଜନ ଗଗଲ୍ସ୍‌ ବହୁ ସଂଖ୍ୟକ ସ୍ନାଇପର ରାଇଫଲ ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?