୯/୧୧ରେ ସରକାର ଗଠନ କରିପାରେ ତାଲିବାନ୍‌…

କାବୁଲ,୭।୯: ତାଲିବାନ୍‌ ଆଫଗାନିସ୍ତାନରେ ଏକ ନୂତନ ସରକାର ଗଠନ ପାଇଁ ଜୋରଦାର ପ୍ରୟାସ ଆରମ୍ଭ କରିଛି। ସରକାରୀ ଗଠନକୁ ନେଇ ନିରନ୍ତର ବୈଠକ ଜାରି ରହିଛିି। ସେପ୍ଟେମ୍ବର ୧୧(୯/୧୧)ରେ ଆମେରିକାର ଓ୍ବାଲ୍ଡ ଟ୍ରେଡ୍‌ ସେଣ୍ଟର ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ୨୦ ତମ ବାର୍ଷିକୀରେ ତାଲିବାନ ଏନେଇ ବଡ ଘୋଷଣା କରିବାର ସମ୍ଭାବନା ଥିବା ସ୍ଥାନୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ରିପୋର୍ଟ ପ୍ରକାଶିତ ହୋଇଛି। ଏହି ଦିନ ସରକାର ଗଠନ ପାଇଁ ତାଲିବାନ୍‌ ପକ୍ଷରୁ ଘୋଷଣା କରାଯାଇପାରେ। ସେପର୍ଯ୍ୟନ୍ତ ତାଲିବାନ ସରକାରରେ ସାମିଲ ହେବାକୁ ଥିବା ମନ୍ତ୍ରୀଙ୍କ ନାମ ଉପରେ ଆଲୋଚନା କରିବାକୁ ସମୟ ପାଇବ। ସରକାର ଗଠନ ସହିତ ଆମେରିକାକୁ ଏକ ସ୍ବତନ୍ତ୍ର ବାର୍ତ୍ତା ଦେବାକୁ ସଂଗଠନ ପକ୍ଷରୁ ଚେଷ୍ଟା କରାଯିବ ବୋଲି ଚର୍ଚ୍ଚା ହେଉଛି।

ନୂତନ ତାଲିବାନ ସରକାର ଗଠନକୁ ନେଇ ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ସମ୍ପୂର୍ଣ୍ଣ ସକ୍ରିୟ ରହିଛି। ମୁଲ୍ଲା ହାସନ ଅଖୁନ୍ଦଙ୍କୁ ଆଫଗାନିସ୍ତାନ ସରକାରରେ ମୁଖ୍ୟ କରିବାକୁ ଆଇଏସ୍‌ଆଇ ଚାହୁଁଛି। ୨୦୦୧ ରେ ଆମେରିକାର ସୈନ୍ୟବାହିନୀ ଆସିବା ପୂର୍ବରୁ ମୁଲ୍ଲା ହାସନ ଅଖୁନ୍ଦ ତାଲିବାନ୍‌ ଶାସନରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଏହା ମଧ୍ୟ ଅନୁମାନ କରାଯାଉଛି ଯେ ନିକଟରେ ପାକିସ୍ତାନୀ ଗୁପ୍ତଚର ଏଜେନ୍ସି ଆଇଏସଆଇର କାବୁଲ ଗସ୍ତ ସମୟରେ ମୁଲ୍ଲା ହାସନ ଅଖଣ୍ଡଙ୍କ ନାମ ନେଇ ସହମତି ପ୍ରକାଶ ପାଇଛି। ଆଇଏସଆଇ ମୁଖ୍ୟ ଫୈଜ ହାମିଦ ଇତିମଧ୍ୟରେ ଇସଲାମାବାଦକୁ ମଧ୍ୟ ଫେରିଛନ୍ତି।

କାବୁଲରେ ଆଇଏସଆଇ ମୁଖ୍ୟ ହମିଦ କରଜାଇ, ଅବଦୁଲ୍ଲା ଅବଦୁଲ୍ଲା ଏବଂ ଗୁଲୁବୁଦ୍ଦିନ ହିକମୟତାରଙ୍କୁ ଭେଟିଥିଲେ। ପାକିସ୍ତାନ ଚାହୁଁଛି କରଜାଇ ଏବଂ ଅବଦୁଲ୍ଲାଙ୍କୁ ତାଲିବାନର ନୂତନ ସରକାରରେ ଅନ୍ତର୍ଭୁକ୍ତ କରାଯାଉ। ଯାହାଦ୍ୱାରା ସରକାରଙ୍କୁ ବିଶ୍ୱ ସ୍ତରରେ କିଛି ବୈଧତା ମିଳିବାର ଆଶା ରହିବ।

ସୂଚନାଯୋଗ୍ୟ, ହମିଦ କରଜାଇ ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ହୋଇଥିବାବେଳେ ଅବଦୁଲ୍ଲା ଅବଦୁଲ୍ଲା ଦେଶର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଥିଲେ। ଗୁଲୁବୁଦ୍ଦିନ ହିକମୟତାର ହେଉଛନ୍ତି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri