୯/୧୧ରେ ହୋଇପାରେ ଶପଥ ପାଠ

କାବୁଲ,୯।୯: ଆସନ୍ତା ୧୧ ତାରିଖରେ ଆମେରିକାର ଟ୍ବିନ ଟାଓ୍ବାର ଆକ୍ରମଣର ୨୦ ବର୍ଷ ପୂର୍ତ୍ତି ଅବସରରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ କରିପାରେ ତାଲିବାନ୍‌। କିଛି ରିପୋର୍ଟ ଅନୁଯାୟୀ, ଉତ୍ସବ ଲାଗି ଚାଇନା, ତୁର୍କୀ, ପାକିସ୍ତାନ, ଇରାନ, କାତାର, ଭାରତ ଓ ଆମେରିକାକୁ ଆମନ୍ତ୍ରଣ କରାଯାଇ ସାରିଛି ତାଲିବାନ୍‌। ବିଶ୍ୱ ସମୂହ ଆଫଗାନିସ୍ତାନରେ ତାଲିବାନ୍‌କୁ ସରକାର ମାନ୍ୟତା ଦେଇ ନ ଥିବା ବେଳେ ଏହି ଉତ୍ସବ ଆୟୋଜନ କରାଯିବ।

ଦୁଇ ଥର ବାତିଲ କରିବା ପରେ ଗତ ମଙ୍ଗଳବାର ତାଲିବାନ୍‌ ତା’ର ଅନ୍ତରୀଣ ସରକାର ଘୋଷଣା କରିଥିଲା। ତାଲିବାନ୍‌ର ସୁପ୍ରିମ ଲିଡର ହିବାତୁଲା ଅଖୁନ୍ଦଜାଦାଙ୍କ ନେତୃତ୍ୱାଧୀନ ସରକାରରେ ପ୍ରାୟ ଅନ୍ତର୍ଜାତୀୟ ଆତଙ୍କବାଦୀଙ୍କୁ ସ୍ଥାନ ଦିଆଯାଇଛି।

ଆସନ୍ତା କିଛି ଦିନରେ କାବୁଲରେ ଏକ ଉତ୍ସବର ଆୟୋଜନ ହୋଇପାରେ। ଏହି ଉତ୍ସବ କେବେ ହେବ ତାହାର କୌଣସି ସ୍ପଷ୍ଟ ସୂଚନା ନାହିଁ। ତେବେ ଆମେରିକାକୁ ଲଜ୍ଜିତ କରିବା ପାଇଁ ୯/୧୧ ତାରିଖକୁ ଶପଥ ପାଠ ପାଇଁ ବଛା ଯାଇପାରେ। ଆଫଗାନିସ୍ତାନକୁ କବ୍‌ଜା କରିବା ପରେ ତାଲିବାନ୍‌ ପ୍ରବକ୍ତା ଜାବିହୁଲା ମୁଜାହିଦ କହିଥିଲେ, ଓସାମା ବିନ ଲାଡେନ ସେପ୍ଟେମ୍ବର ୧୧ ଆକ୍ରମଣରେ ସମ୍ପୃକ୍ତ ଥିବା କୌଣସି ପ୍ରମାଣ ମିଳି ନାହିଁ। ଆମେରିକା ପାଇଁ ଚିନ୍ତା ପାଲଟି ଥିବାବେଳେ ସେ ଆଫଗାନିସ୍ତାନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri