ତାଲିବାନର ନିର୍ଦ୍ଦେଶ, ୧ ମାସ ମଧ୍ୟରେ ଟିକ୍‌ଟକ୍‌- ୩ ମାସ ସୁଦ୍ଧା ପବ୍‌ଜି ଉପରେ ପ୍ରତିବନ୍ଧକ ଲାଗିବ…

କାବୁଲ, ୧୯।୯ : ତାଲିବାନ ଆସନ୍ତା ତିନି ମାସ ମଧ୍ୟରେ ଟିକ୍‌ଟକ୍‌ ଏବଂ ପବ୍‌ଜି ଆପ୍‌ ଉପରେ ପ୍ରତିବନ୍ଧକ ଲଗାଇବାକୁ ଯାଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ତାଲିବାନ ନେତୃତ୍ୱାଧୀନ ଟେଲିକମ ବିଭାଗ ଏହା ଘୋଷଣା କରିଛି।

ଆଫଗାନିସ୍ତାନ ନ୍ୟୁଜ ଏଜେନ୍ସିର ଏକ ରିପୋର୍ଟ ଅନୁଯାୟୀ ତାଲିବାନ ସୁରକ୍ଷା କ୍ଷେତ୍ରର ପ୍ରତିନିଧୀ ତଥା ଶରିୟା ଆଇନ ପ୍ରବର୍ତ୍ତନ ପ୍ରଶାସନର ପ୍ରତିନିଧୀଙ୍କ ସହ ଏକ ବୈଠକ କରିଥିଲେ ଏବଂ ପରେ ନବେ ଦିନ ମଧ୍ୟରେ ଟିକ୍‌ଟକ୍‌ ଏବଂ ପବ୍‌ଜି ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ, ଏକ ମାସ ମଧ୍ୟରେ ଟିକ୍‌ଟକ୍‌ ଏବଂ ନବେ ଦିନ ମଧ୍ୟରେ ପବ୍‌ଜି ଉପରେ ପ୍ରତିବନ୍ଧକ ଲଗାଯିବ।

ଦେଶର ଟେଲିକମ ଏବଂ ଇଣ୍ଟରନେଟ ସେବା ପ୍ରଦାନକାରୀମାନେ ମଧ୍ୟ ଏହି ନିଷେଧାଦେଶ ସମ୍ବନ୍ଧରେ ସୂଚନା ଦେଇଛନ୍ତି ଏବଂ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ନିର୍ଦ୍ଦେଶାବଳୀ ଅନୁସରଣ କରିବାକୁ କହିଛନ୍ତି। ଏହାପୂର୍ବରୁ କ୍ଷମତାକୁ ଆସିବା ପରେ ତାଲିବାନ ପ୍ରଶାସନ ଅନୈତିକ ବିଷୟବସ୍ତୁ ପ୍ରଦର୍ଶନ କରୁଥିବା ୨୩ ମିଲିୟନ ୱେବସାଇଟକୁ ବନ୍ଦ କରିଥିଲା।

ତାଲିବାନ ପ୍ରଶାସନର ଯୋଗାଯୋଗ ମନ୍ତ୍ରୀ ନଜିବୁଲ୍ଲା ହକ୍କାନି ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ ଆମେ ୨୩.୪ ନିୟୁତ ୱେବସାଇଟ ଅବରୋଧ କରିଛୁ। ଓ୍ବେବସାଇଟଗୁଡ଼ିକ ପ୍ରତ୍ୟେକ ଥର ନିଜର ପେଜ୍‌କୁ ପରିବର୍ତ୍ତନ କରୁଛନ୍ତି। କାରଣ ଯେତେବେଳେ ଆପଣ ଗୋଟିଏ ୱେବସାଇଟ ଅବରୋଧ କରନ୍ତି, ଅନ୍ୟଟି ସକ୍ରିୟ ହୋଇଯାଉଛି।

କାର୍ଯ୍ୟକ୍ରମରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଡେପୁଟି ଯୋଗାଯୋଗ ମନ୍ତ୍ରୀ ଅହମ୍ମଦ ମାସୁଦ ଲତିଫ ଫେସବୁକକୁ ସମାଲୋଚନା କରିଛନ୍ତି ଏବଂ ବିଷୟବସ୍ତୁ ନିୟନ୍ତ୍ରଣରେ ତାଲିବାନ ଅଧିକାରୀଙ୍କ ସହ ସହଯୋଗ କରୁନଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?