ତାଲିବାନ ନୀତି ଉପରେ ଅନ୍ତରାଷ୍ଟ୍ରୀୟ ସଙ୍ଗଠନର ରିପୋର୍ଟ, କୁହାଯାଇଛି ମହିଳାଙ୍କ ପ୍ରତି ହୋଇଛି ଭେଦଭାବପୂର୍ଣ୍ଣ ରଣନୀତି

କାବୁଲ,୨୮।୫: ତାଲିବାନର କଟ୍ଟର ପ୍ରଶାସନ ଆଫଗାନିସ୍ତାନରେ ନିଜର ଶାସନ ଜରିଆରେ ଲଗାତାର ମହିଳାଙ୍କ ଅଧିକାରର ଉଲ୍ଲଂଘନ କରି ଚାଲିଛି। ଏହାକୁ ନେଇ କିଛି ଅନ୍ତରାଷ୍ଟ୍ରୀୟ ସଙ୍ଗଠନ ଓ ମାନବାଧିକାର ସଂସ୍ଥା ଦେଶର ଲିଙ୍ଗ ଭିତ୍ତିକ ନୀତିକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି।

ଆଫଗାନିସ୍ତାନରେ ତାଲିବାନ ନିୟନ୍ତ୍ରଣରେ ଥିବା ଏମନେଷ୍ଟି ଇଣ୍ଟରନ୍ୟାସନାଲ ଅନେକ ଘଟଣାକୁ ଦର୍ଶାଇଛି, ଯାହା ଲିଙ୍ଗ ଭିତ୍ତିକ ତଥା ଭେଦଭାବପୂର୍ଣ୍ଣ ରଣନୀତିକୁ ପ୍ରଦର୍ଶନ କରୁଛି। ତାଲିବାନ ଦ୍ୱାରା ମହିଳାଙ୍କ ଉପରେ ହୋଇଥିବା ଅତ୍ୟାଚାରର ଏହା ହେଉଛି ସଦ୍ୟତମ ରିପୋର୍ଟ।

ଏମନେଷ୍ଟିର ଉଲ୍ଲେଖ କରି ଖାମା ପ୍ରେସ ରିପୋର୍ଟ କରିଛି ଯେ ଆଫଗାନିସ୍ତାନ ମହିଳାମାନଙ୍କୁ ଚୁପ କରାଯାଇଛି ଏବଂ ଏମାନେ ଶୀଘ୍ର ଅଦୃଶ୍ୟ ହୋଇପାରନ୍ତି। ତାଲିବାନର କାର୍ଯ୍ୟକଳାପ ଗୋଷ୍ଠୀର ଭେଦଭାବକାରୀ ଉଦ୍ଦେଶ୍ୟକୁ ପ୍ରତିଫଳିତ କରିଥାଏ ଯେପରିକି ସମସ୍ତ କ୍ଷେତ୍ରରୁ ମହିଳା ଏବଂ ବାଳିକାଙ୍କୁ ବାଦ ଦେବା।
ଏମନେଷ୍ଟ ଇଣ୍ଟରନ୍ୟାସନାଲର ଅନୁସନ୍ଧାନରୁ ଏହା ମଧ୍ୟ ଦର୍ଶାଯାଇଛି ଯେ ମହିଳା ଏବଂ ବାଳିକାଙ୍କ ଉପରେ ତାଲିବାନର କଡା ପ୍ରତିବନ୍ଧକ ଅନେକ ଅନ୍ତର୍ଜାତୀୟ ଚୁକ୍ତିନାମାକୁ ଉଲ୍ଲଂଘନ କରୁଛି, ଯେପରିକି ନାଗରିକ ତଥା ରାଜନୈତିକ ଅଧିକାର ଉପରେ ଆନ୍ତର୍ଜାତୀୟ ଚୁକ୍ତିନାମା, ଅର୍ଥନୈତିକ, ସାମାଜିକ ତଥା ସାଂସ୍କୃତିକ ଅଧିକାର ଉପରେ ଆନ୍ତର୍ଜାତୀୟ ଚୁକ୍ତିନାମା ଏବଂ ଶିଶୁ ଅଧିକାର ସମ୍ମିଳନୀ ଅନ୍ତର୍ଭୁକ୍ତ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri