ଆଫଗାନିସ୍ତାନରେ ପୋଲିଓ ଟିକାକରଣ ବନ୍ଦ କଲା ତାଲିବାନ୍‌

ଦୁବାଇ,୧୬ା୯: ଆଫଗାନିସ୍ତାନରେ ଚାଲିଥିବା ପୋଲିଓ ଟିକାକରଣ ଅଭିଯାନକୁ ଶାସକ ତାଲିବାନ ବନ୍ଦ କରିଦେଇଥିବା ଜାତିସଂଘ ସୋମବାର କହିଛି। ସାରା ବିଶ୍ୱରେ ପୋଲିଓ ସଂକ୍ରମଣ ବନ୍ଦ ହୋଇଥିବାବେଳେ କେବଳ ଆଫଗାନିସ୍ତାନ ଏବଂ ପାକିସ୍ତାନରେ ଏବେ ବି ଅଙ୍ଗ ଅଚଳ କରିଦେଉଥିବା ଏହି ମାରାତ୍ମକ ରୋଗ ବ୍ୟାପୁଛି। ସେପ୍ଟେମ୍ବରରେ ଆଫଗାନିସ୍ତାନରେ ପୋଲିଓ ଟିକାକରଣ ଅଭିଯାନ ହେବାକୁ ଥିବାବେଳେ ତାଲିବାନ ଏହାକୁ ବନ୍ଦ କରିଦେଇଛି।

ଅଭିଯାନ ବନ୍ଦ କରିବାର କୌଣସି କାରଣ ଦର୍ଶାଯାଇ ନାହିଁ କିମ୍ବା ତାଲିବାନ ନିୟନ୍ତ୍ରିତ ସରକାରରୁ କେହି ମଧ୍ୟ ଏହା ଉପରେ ପ୍ରତିକ୍ରିୟା ଦେଇନାହାନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଜଣେ ଶୀର୍ଷ ଅଧିକାରୀ କହିଛନ୍ତି, ଆଫଗାନିସ୍ତାନରେ ଘରକୁ ଘର ଯାଇ ଟିକା ଦେବା ପରିବର୍ତ୍ତେ ମସ୍‌ଜିଦଗୁଡ଼ିକରେ ଟିକାକରଣ କାର୍ଯ୍ୟକ୍ରମ କରାଯିବା ନେଇ ଆଲୋଚନା ହୋଇଥିଲା। ତେବେ ଏହାକୁ କ’ଣ ପାଇଁ ବନ୍ଦ କରାଗଲା ଜଣାପଡ଼ି ନାହିଁ। ୨୦୨୩ରେ ଆଫଗାନିସ୍ତାନରେ ୬ ପୋଲିଓ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଚଳିତ ବର୍ଷ ୧୮ ମାମଲା ଚିହ୍ନଟ ହୋଇଥିବା ଡବ୍ଲ୍ୟୁଏଚ୍‌ଓ ସ୍ପଷ୍ଟ କରିଥିଲା।

ପାକିସ୍ତାନରେ ମଧ୍ୟ ପୋଲିଓ ଟିକାକରଣ ବେଳେ ଅନେକ ସମୟରେ ହିଂସାକାଣ୍ଡ ଘଟିଥାଏ। ଟିକାକରଣ କାର୍ଯ୍ୟକ୍ରମରେ ନିୟୋଜିତ ଟିମ୍‌ ଏବଂ ସେମାନଙ୍କୁ ସୁରକ୍ଷା ଦେଉଥିବା ପୋଲିସ କର୍ମଚାରୀଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରିଥାନ୍ତି। ଶିଶୁମାନଙ୍କୁ ବନ୍ଧ୍ୟା କରିଦେବା ପାଇଁ ପୋଲିଓ ଟିକାକରଣ ଏକ ପାଶ୍ଚାତ୍ୟ ଷଡ଼ଯନ୍ତ୍ର ବୋଲି ସେମାନଙ୍କ ମଧ୍ୟରେ ଏକ ଭୁଲ୍‌ ଧାରଣା ରହିଛି। ସେପ୍ଟେମ୍ବରର ଟିକାକରଣ ଅଭିଯାନକୁ ବନ୍ଦ କରିବା ଆଫଗାନିସ୍ତାନରେ ପୋଲିଓ ନିରାକରଣ କାର୍ଯ୍ୟକ୍ରମକୁ ଶକ୍ତ ଧକ୍କା ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri