କ୍ୟାମେରା ସାମ୍ନାରେ ଉଦାରତା, ଅସଲରେ ବର୍ବରତା

କାବୁଲ,୨୧ ।୯: ଆଫଗାନ ମହିଳାଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚିତ ନ କରିବା କଥା କହିଥିବା ତାଲିବାନ କିନ୍ତୁ ଏବେ ତା’ର ଅସଲ ଚେହେରା ଦେଖାଇଛି । ମହିଳାଙ୍କୁ ସେମାନଙ୍କ ଅଧିକାର ମିଳୁ ନ ଥିବାରୁ ସେମାନେ ଏବେ ରାଜ ରାସ୍ତାରେ । ଏହାର ଏକ ବଡ ଉଦାହରଣ ହେଉଛନ୍ତି ଟୋଲୋ ନ୍ୟୁଜରେ କାମ କରୁଥିବା ଆଙ୍କର ବେହିସ୍ତା ଅର୍ଘଦ ଯେ ସିଧା ପ୍ରସାରଣରେ ତାଲିବାନ ପ୍ରବକ୍ତାଙ୍କ ସାକ୍ଷାତ୍‌କାର ନେଇଥିଲେ । ଏମିତି କରିବାରେ ସେ ପ୍ରଥମ ଆଫଗାନ ମହିଳା ଥିଲେ । ହେଲେ ତାଲିବାନର ନୀତି ଓ ଧମକଚମକ ଯୋଗୁ ମାତ୍ର ଏକ ସପ୍ତାହ ମଧ୍ୟରେ ତାଙ୍କୁ ଦେଶ ଛାଡିବାକୁ ପଡିଥିଲା । ଥିଙ୍କ ଟେକ୍ ଇଣ୍ଟରନ୍ୟାଶନାଲ ଫୋରମ ଫର ରାଇଟ୍ ଆଣ୍ଡ ସିକ୍ୟୁରିଟି କହିଛି ଯେତେବେଳେ ଅର୍ଘଦଙ୍କ ଭଳି ଶିକ୍ଷିତାଙ୍କୁ ତାଲିବାନ ଡରରେ ଦେଶ ଛାଡିବାକୁ ପଡୁଛି ସେତେବେଳେ ଗାଁ ଗହଳିରେ ରହୁଥିବା ମହିଳାଙ୍କ କଷ୍ଟକୁ ସହଜରେ ଅନୁମାନ କରାଯାଇ ପାରୁଛି । ଫୋରମ ତା’ର ରିପୋର୍ଟରେ କହିଛି ଯେଉଁ ତାଲିବାନକୁ ବିଶ୍ୱ ପ୍ରେସ କନଫରେନ୍ସ ଓ ଟେଲିଭିଜନରେ ଦେଖୁଛି ତାହା ତା’ର ପକୃତ ଚେହେରା ନୁହେଁ । କ୍ୟାମେରା ସାମ୍ନରେ ଉଦାରତା ଦେଖାଉଥିବା ତାଲିବାନ ଅସଲରେ ବର୍ବରତାର ସବୁ ସୀମା ଅତିକ୍ରମ କରି ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri