ନ୍ୟୁଜ ଆଙ୍କରଙ୍କୁ ତାଲିବାନର ଧମକ: ଭିଡିଓ ଭାଇରାଲ

କାବୁଲ,୨୦ ।୮: ଆଫଗାନିସ୍ତାନରେ ତାଲିବାନ ପ୍ରବେଶ କରିବା ପରେ ଏବେ ସେଠାରେ ଖାଲି ଭୟର ବାତାବରଣ । ଆଫଗାନିସ୍ତାନବାସୀ ଏବେ କୌଣସି ପ୍ରକାରେ ଦେଶ ଛାଡି ଚାଲିଯିବାକୁ ଉଦ୍ୟତ ହେଉଥିବା ବେଳେ କେତେକ ସେହିଠାରେ ରହିବାକୁ ପସନ୍ଦ କରୁଛନ୍ତି । ଏପଟେ ତାଲିବାନ ରାସ୍ତା ଉପରେ ମାରଣାସ୍ତ୍ର ଧରି ବୁଲୁଥିବା କୁହାଯାଉଛି । ସେ ଏପରି ଲୋକଙ୍କୁ ଖୋଜୁଛି ଯିଏ ଆମେରିକା ସହ ଗତ ୨୦ ବର୍ଷ ହେବ ସମ୍ପର୍କ ରଖିଛି । ଇତିମଧ୍ୟରେ ଏକ ଘରୋଇ ଟେଲିଭିଜନ ଚ୍ୟାନେଲରେ କାମ କରୁଥିବା ଜଣେ ମହିଳା ଆଙ୍କରଙ୍କୁ ତାଲିବାନ ଧମକ ଦେଇଥିବା ଜଣାପଡିଛି । ଆଙ୍କର ଜଣକ ଏକ ଭିଡିଓ ଶେୟାର କରି ଏହି ସୂଚନା ଦେବା ସହ ତାଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇଛନ୍ତି । ଭିଡିଓରେ ମହିଳା ଆଙ୍କର ଶବନମ ଦାଓରନ୍ ଏକ ହିଜାବ ପିନ୍ଧି ବସିଥିବା ବେଳେ କହୁଛନ୍ତି ସେ କାମ କରିବା ପାଇଁ ଅଫିସ ଆସିଥିଲେ ବି ତାଲିବାନ ତାଙ୍କୁ ଅଫିସ ଭିତରକୁ ଯିବାକୁ ଦେଇ ନ ଥିଲା । ଆଇକାର୍ଡ ଦେଖାଇବା ପରେ ବି ତାଲିବାନ କହିଥିଲା ଏବେ ଢାଞ୍ଚା ବଦଳିଗଲାଣି ତମେ ମହିଳା ଘରେ ରହିବା ଭଲ । ଘରକୁ ଚାଲିଯାଅ । ପୁରୁଷ କର୍ମଚାରୀମାନେ ଆଇ କାର୍ଡ ଦେଖାଇ ଅଫିସ ଭିତରକୁ ଯାଉଥିବା ବେଳେ ତାଲିବାନ କିନ୍ତୁ ମହିଳା କର୍ମଚାରୀଙ୍କୁ ପ୍ରବେଶ କରିବାକୁ ଦେଉ ନ ଥିବା ସେ କହିଛନ୍ତି । ସେ କହିଛନ୍ତି ବିଶ୍ୱବାସୀ ଯେଉଁମାନେ ବି ମୋତେ ଦେଖୁଛନ୍ତି ବା ଶୁଣୁଛନ୍ତି ସେମାନେ ଆମକୁ ସାହାଯ୍ୟ କରନ୍ତୁ କାରଣ ଆମ ଜୀବନ ପ୍ରତି ବିପଦ ରହିଛି । ଶବନମଙ୍କର ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?