ଆମେରିକାକୁ ତାଲିବାନର ଚେତାବନୀ

କାବୁଲ,୨୯ ।୯: ଆଫଗାନିସ୍ତାନରେ ଶାସନକୁ ଫେରିବା ପରେ ତାଲିବାନ ଆମେରିକାକୁ ଚେତାବନୀ ଦେଇଛି । ଆମେରିକା ଦ୍ୱାରା ଆଫଗାନିସ୍ତାନ ବିମାନ ବନ୍ଦରରେ ଡ୍ରୋନ୍ ଉଡାଇବାକୁ ନେଇ ଚେତାବନୀ ଦେଇଛି । ଆଉ ଏହାସହ ତାଲିବାନ କହିଛି ଯଦି ଆମେରିକା ଏହାକୁ ବନ୍ଦ ନ କରେ ତେବେ ଏହାର ପରିଣାମ ଭୋଗିବାକୁ ପଡିବ । ଆହୁରି ମଧ୍ୟ ତାଲିବାନ କହିଛି ଯେ ଏହାର କୌଣସି ନକରାତ୍ମକ ପରିଣାମଠାରୁ ଦୂରେଇ ରହିବାକୁ ହେଲେ ଆମେରିକାକୁ ଏହା ପାଳନ କରିବାକୁ ପଡିବ । ତେବେ ଆମେରିକା କିଛିଦିନ ପୂର୍ବରୁ ଯେଉଁ ଡ୍ରୋନ୍ ଆକ୍ରମଣ କରିଥିଲା ଏଥିରେ ତାଲିବାନ ସହ ସାଧାରଣ ଲୋକଙ୍କର ବି ମୃତ୍ୟୁ ହୋଇଥିଲା । ଏହାକୁ ନେଇ ଏବେ ତାଲିବାନ ଆମେରିକାକୁ ଚେତାବନୀ ଦେଇଛି । ତାଲିବାନର ପ୍ରବକ୍ତା ଜବିହୁଲ୍ଲାହ ମୁଜାହିଦ କହିଛନ୍ତି ଆମେରିକା ରାଷ୍ଟ୍ରୀୟ ସୁରକ୍ଷାର ଉଲ୍ଲଂଘନ କରିଛି । ତେଣୁ ସମସ୍ତ ଦେଶକୁ ତାଲିବାନ କହିଛି ନିଜ ଦାୟିତ୍ୱ ଅନୁଯାୟୀ କାମ କରନ୍ତୁ ନଚେତ ପରିଣାମ ଭୋଗିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?