‘କଶ୍ମୀରକୁ ମୁକ୍ତ କରିବା ପାଇଁ ଆମ ସହ ତାଲିବାନ୍‌ ଅଛି’

ନୂଆଦିଲ୍ଲୀ,୨୫।୮: ତାଲିବାନ୍‌ ନେତାମାନେ ଆମ ସହ ଅଛନ୍ତି। ସେମାନେ କଶ୍ମୀରକୁ ସ୍ବତନ୍ତ୍ର କରିବା ଲାଗି ଆମକୁ ସାହାଯ୍ୟ କରିବେ। ଏକ ନ୍ୟୁଜ ଚ୍ୟାନେଲର ବିତର୍କ ବେଳେ ଏହା କହିଛନ୍ତି ପାକିସ୍ତାନର ସରକାରରେ ଥିବା ପାକିସ୍ତାନ ତେହରିକ-ଇ-ଇନସାଫ (ପିଟିଆଇ)ର ଜଣେ ନେତା ନୀଲମ ଇର୍ଶାଦ ଶେଖ।

ଏହି ଭିଡିଓ କ୍ଲିପକୁ ଟୁଇଟ୍‌ କରିଥିଲେ ପାକିସ୍ତାନ ଜର୍ନାଲିଷ୍ଟ ତଥା ପୂର୍ବତନ ଆମ୍ବାସାଡର ହୁସେନ ହାକ୍କାନି। ଭିଡିଓରେ ନ୍ୟୁଜ ଆଙ୍କର ଶେଖଙ୍କୁ ବାରମ୍ବାର ପଚାରିଥିଲେ କେଉଁଠୁ ଉପରୋକ୍ତ ସୂଚନା ପାଇଲେ। ମାଡାମ, ତୁମେ କ’ଣ କହିଲ ଜାଣିପାରୁଛ। ଏହାକୁ ପୂରା ବିଶ୍ୱ ଦେଖିବ। ଏହା ଭାରତରେ ମଧ୍ୟ ଦେଖାଯିବ ବୋଲି ଆଙ୍କର କହିଥିଲେ।

ତେବେ ଶେଖ ନିଜ ମନ୍ତବ୍ୟରୁ ଓହରି ନ ଥିଲେ। ସେ ଦାବି କରିଥିଲେ ଯେ, ପାକିସ୍ତାନ ସେନାର ଯଥେଷ୍ଟ ଶକ୍ତି ଅଛି। ତା’ ସାଙ୍ଗକୁ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ନେତୃତ୍ୱ ଭାରତରୁ କଶ୍ମୀରକୁ ଅଲଗା କରି ଦେବାରେ ସାହାଯ୍ୟ କରିବ।

ଉଲ୍ଲେଖଯୋଗ୍ୟ, ଆମେରିକା ତା’ର ସେନା ପ୍ରତ୍ୟାହାର କରିବା ପରେ ଆଫଗାନିସ୍ତାନର ରାଜଧାନୀ କାବୁଲକୁ ପଶି ଆସିଥିଲେ ତାଲିବାନ୍‌ ଆତଙ୍କବାଦୀ। ଏଥିସହ ଦେଶର ଗଣତାନ୍ତ୍ରିକ ସରକାରର ପତନ ଘଟିଥିଲା। ତାଲିବାନ୍‌ ଅଧିକାରୀମାନେ କଶ୍ମୀରକୁ ଦ୍ୱିପାକ୍ଷିକ ଓ ଆନ୍ତଃ ବିବାଦ ଓ ଭାରତର କେନ୍ଦ୍ର ଶାସିତ ଅଞ୍ଚଳ ଉପରେ ଦୃଷ୍ଟି ପକାଇବୁ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri