ଜବତ ଶାଢ଼ିକୁ ନେଇ ଚର୍ଚ୍ଚା

ସମ୍ବଲପୁର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେବ। ତେବେ ପ୍ରଚାର ଲାଗି କଟକଣା ରହିଥିବା ବେଳେ ମଙ୍ଗଳବାର ସ୍ଥାନୀୟ ନେତାମାନେ ଭିତିରିଆ ପ୍ରଚାର କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। କୋଲାବିରା ବ୍ଲକ ଜମିଦାରପଡାର ଜଣଙ୍କ ଘରୁ ଫ୍ଲାଇଂ ସ୍କ୍ବାଡ୍‌ ୪୦୦ ଖଣ୍ଡ ଶାଢ଼ି ଜବତ କରିଛି। ସ୍କ୍ବାଡ୍‌ର ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ କିଣାଯାଇଥିବା ଶାଢ଼ିର ଜିଏସ୍‌ଟି ବିଲ୍‌ ମେସର୍ସ ସ୍ନେହା ମଲ୍ଟିମିଡ଼ିଆ ନାମରେ ରହିଛି। ଅପରପକ୍ଷେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାଢ଼ି ବାଣ୍ଟିବାକୁ ଅଣାଯାଇଥିବା ଅଭିଯୋଗ ହୋଇଥିଲା। ହେଲେ ଶାଢ଼ି କିଣିଥିବା ବ୍ୟକ୍ତି ଦୋକାନରେ ବିକ୍ରି କରିବା ପାଇଁ କିଣା ହୋଇଥିବା କହିଛନ୍ତି। ନିର୍ବାଚନ ପରେ ତଦନ୍ତ କରାଯାଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅଧିକାରୀ ଜଣକ କହିଥିଲେ ା
ଅନ୍ୟପଟେ ଉପନିର୍ବାଚନ ଲାଗି ଜିଲା ପ୍ରବେଶ ପଥ ଓ ସହରର ବିଭିନ୍ନ ସ୍ଥାନରେ ଯାନବାହନ ଅଟକାଇ କଡ଼ା ଯାଞ୍ଚ କରାଯାଇଥିଲା। ଜିଲା ପୋଲିସ ମୁଖ୍ୟାଳୟରେ ଅତ୍ୟାଧୁନିକ କଣ୍ଟ୍ରୋଲ ରୁମ ଖୋଲାଯାଇଛି। ଏସ୍‌ପି ପରମାର ସ୍ମିଥ୍‌ ସୂଚନା ଦେଇ କହିଛନ୍ତି, ଭୋଟରଙ୍କୁ ସୁରକ୍ଷା ଦେବା ଓ ନିରପେକ୍ଷ ନିର୍ବାଚନ କରାଇବା ଆମର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri