Posted inଖେଳ

ଧୋନୀଙ୍କ ଅବସର ସମୟକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୧୭।୮- ଭାରତକୁ ସର୍ବାଧିକ ୩ଟି ଆଇସିସି ଟ୍ରଫି ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ଅଗଷ୍ଟ ୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଅବସର ଘୋଷଣା କରିବାର ସମୟ ଥିଲା ରାତି ୭ଟା ୨୯। ”ସମର୍ଥନ ଏବଂ ଭଲପାଇବା ପାଇଁ ସମସ୍ତଙ୍କୁ ଅଶେଷ ଧନ୍ୟବାଦ। ଶନିବାର ରାତି ୭ଟା ୨୯ ପରଠାରୁ ମୁଁ ଅବସର ଗ୍ରହଣ କରିଛି ବୋଲି ବିବେଚନା କରାଯାଉ“ ବୋଲି ଧୋନୀ ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ ହ୍ୟାଣ୍ଡେଲରେ ପୋଷ୍ଟ କରିଥିଲେ। ଏହି ସମୟକୁ ନେଇ ଏବେ ଆଲୋଚନା ଜୋର୍‌ ଧରିଛି। ୨୦୧୯ ବିଶ୍ୱକପରେ ଭାରତ ଏହି ୭ଟା ୨୯ ମିନିଟରେ ହିଁ ନକ୍‌ଆଉଟ ହୋଇଥିଲା। ଜୁଲାଇ ୯ ତାରିଖରେ ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲରେ ଧୋନୀ ଶେଷଥରପାଇଁ ଭାରତ ପକ୍ଷରୁ ପଡ଼ିଆକୁ ଓହ୍ଲାଇଥିଲେ। ମ୍ୟାଚ ଶେଷ ହେବାର ଗୋଟିଏ ଓଭର ପୂର୍ବରୁ ମାର୍ଟିନ ଗୁପଟିଲ ତାଙ୍କୁ ରନଆଉଟ କରିଥିଲେ। ଏହିଠାରୁ ହିଁ ଭାରତୀୟଙ୍କ ବିଜୟ ଆଶା ଚୂରମାର ହୋଇ ଯାଇଥିଲା। ଶେଷ ଓଭରରେ ୟୁଜବେନ୍ଦ୍ର ଚହଲ ଆଉଟ ହେବା ସହିତ ଭାରତ ପ୍ରତିଯୋଗିତାରୁ ବିଦାୟ ନେଇଥିଲା। ସେତେବେଳେ ସମୟ ଥିଲା ଠିକ୍‌ ରାତି ୭ଟା ୨୯। ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର ଗ୍ରାଣ୍ଟ ଇଲିଅଟ ଏହି ସମୟରେ ହିଁ ଟୁଇଟ୍‌ କରି ନ୍ୟୁଜିଲାଣ୍ଡ ଦଳକୁ ଅଭିନନ୍ଦନ ଜଣାଇଥିଲେ। ତେଣୁ ସମ୍ଭବତଃ ଧୋନୀ ନିଜ ଅବସର ପାଇଁ ଏହି ସମୟକୁ ବାଛିଥିଲେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri