୯ ସ୍ତ୍ରୀରୁ ଛାଡ଼ପତ୍ର ଦେବେ ଜଣେ

ବ୍ରାସିଲିଆ, ୬ା୪: ଲାଟିନ୍‌ ଆମେରିକୀୟ ଦେଶ ବ୍ରାଜିଲର ଜଣେ ମଡେଲ ନିଜ ବିବାହକୁ ନେଇ ଚର୍ଚ୍ଚାରେ ଅଛନ୍ତି। ‘ମୁକ୍ତ ପ୍ରେମ’ ନାଁରେ ପୂର୍ବରୁ ୯ ଥର ବିବାହ କରିସାରିଥିବା ମଡେଲ ଆର୍ଥର ଓ’ ଉରସୋ ଏବେ ଆଉ ଦୁଇଟି ବାହାହେବାକୁ ଯାଉଛନ୍ତି। ୯ ଜଣ ସ୍ତ୍ରୀଙ୍କ ମଧ୍ୟରୁ ଜଣେ ଆର୍ଥରଙ୍କୁ ଛାଡ଼ପତ୍ର ଦେବାକୁ ଯାଉଥିବାରୁ ତାଙ୍କ ସ୍ଥାନ ପୂରଣ କରିବାକୁ ମଡେଲ ଜଣକ ଅନ୍ୟ ଜଣଙ୍କୁ ବିବାହ କରିବେ। ଏହାସହ ଜୀବନରେ ୧୦ ସ୍ତ୍ରୀ ରଖିବା ଲକ୍ଷ୍ୟ ପୂରଣ ପାଇଁ ସେ ଦଶମ ବିବାହ ମଧ୍ୟ କରିବେ ବୋଲି ଆର୍ଥର କହିଛନ୍ତି।
ବିବାହ ପ୍ରଥାକୁ ବିରୋଧ କରି ମୁକ୍ତ ପ୍ରେମକୁ ପ୍ରୋତ୍ସାହିତ କରିବା ପାଇଁ ଆର୍ଥର ବିବାହିତ ଥିବା ସତ୍ତ୍ୱେ ଗତ ବର୍ଷ ଆଉ ୮ ଜଣଙ୍କ ହାତ ଧରିଥିଲେ। ମିଡିଆକୁ ପ୍ରତିକ୍ରିୟା ଦେଇ ଆର୍ଥର କହିଛନ୍ତି, ସ୍ତ୍ରୀ ଆଗାଥା ତାଙ୍କ ଉପରେ ସମ୍ପୂର୍ଣ୍ଣ ଅଧିକାରୀ ଚାହୁଁଛନ୍ତି। କିନ୍ତୁ ତାହା ସମ୍ଭବ ନୁହେଁ। ଆମକୁ ମିଶି ରହିବାକୁ ପଡ଼ିବ। ଆଗାଥା ଅଲଗା ହେବାକୁ ଯାଉଥିବା ଜାଣି ବେଶ୍‌ ଦୁଃଖିତ। କିନ୍ତୁ ଏହାର କାରଣ ତାଙ୍କୁ ଅଧିକ କଷ୍ଟ ଦେଇଛି ବୋଲି ଆର୍ଥର କହିଛନ୍ତି। ୧୦ ସ୍ତ୍ରୀ ରଖିବାକୁ ତାଙ୍କର ସ୍ବପ୍ନ ରହିଛି ଏବଂ ସମସ୍ତଙ୍କଠାରୁ ସେ ପିଲା ଚାହାନ୍ତି ବୋଲି ଆର୍ଥର ଗଣମାଧ୍ୟମରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍‌ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri