‘ଡନ୍‌-୩’ରେ ରଣବୀରଙ୍କ ଏଣ୍ଟ୍ରିକୁ ନେଇ ଚର୍ଚ୍ଚା

ମୁମ୍ବାଇ: ସିନେ ନିର୍ଦ୍ଦେଶକ ଫରହାନ ଅଖତର ଫିଲ୍ମ ‘ଡନ୍‌-୩’କୁ ନେଇ ସୋସିଆଲ ମିଡିଆରେ କିଛି ତଥ୍ୟ ଘୋଷଣା କରିଛନ୍ତି, ଯାହାକୁ ନେଇ ଅନେକ ବିବାଦ ଦେଖାଦେଇଛି। ସିନେମାରେ ଶାହରୁଖ ଖାନ୍‌ଙ୍କ ସ୍ଥାନରେ ରଣବୀର ସିଂ ଅଭିନୟ କରିବେ ବୋଲି ଚର୍ଚ୍ଚା ହେଉଛି। ଫଳରେ ପ୍ରଶଂସକମାନେ ଏବେ ‘ନୋ ଶାହରୁଖ୍‌, ନୋ ‘ଡନ୍‌’ ଲେଖି ବିରୋଧ ଜାରି ରଖିଛନ୍ତି। ‘ଡନ୍‌’, ‘ଡନ୍‌-୨’ରେ ଶାହାରୁଖଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଏବେ ‘ଡନ୍‌-୩’ରେ ତାଙ୍କ ବ୍ୟତୀତ ଅନ୍ୟ କାହାକୁ ଦେଖିବାକୁ ଚାହାନ୍ତିନି ବୋଲି ପ୍ରଶଂସକ କମେଣ୍ଟରେ କହିଛନ୍ତି। ‘ଡନ୍‌-୩’ରେ ରଣବୀରଙ୍କ ପ୍ରବେଶ ଶାହାରୁଖଙ୍କ ପ୍ରଶଂସକଙ୍କୁ ନିରାଶ କରିଛି। ଫରହାନଙ୍କ ନିର୍ଦ୍ଦେଶିତ ‘ଡନ୍‌’, ଡନ୍‌-୨’ରେ ପ୍ରିୟଙ୍କା ଚୋପ୍ରା, ବୋମାନ ଇରାନୀଙ୍କ ସହ ଶାହରୁଖ ଟାଇଟଲ ଭୂମିକାରେ ଅଭିନୟ କରିଥିଲେ। ଯାହା ବେଶ୍‌ ହିଟ୍‌ ହୋଇଥିଲା। ପରେ ପ୍ରଶଂସକଙ୍କ ଡିମାଣ୍ଡକୁ ଦେଖି ନିର୍ଦ୍ଦେଶକ ଫରହାନ ‘ଡନ୍‌-୩’ କରିବାକୁ ନିଷ୍ପତ୍ତି ନେଇଥିଲେ। କୁହାଯାଉଛି ଯେ, ଫରହାନ ଫିଲ୍ମରେ ଶାହାରୁଖଙ୍କୁ ନେବାକୁ ଚାହୁଁଥିଲେ, ହେଲେ ଶାହାରୁଖ ତାଙ୍କର ଅନ୍ୟ ଏକ ପ୍ରୋଜେକ୍ଟରେ ବ୍ୟସ୍ତ ଥିବାରୁ ସେ ତାଙ୍କ ବଦଳରେ ରଣବୀରଙ୍କୁ ବାଛିଛନ୍ତି। କିନ୍ତୁ ଫରହାନ୍‌ ଏବଂ ଶାହାରୁଖଙ୍କଠାରୁ ଏନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ତେବେ ନିକଟରେ ରିଲିଜ୍‌ ହୋଇଥିବା ରଣବୀରଙ୍କ ଫିଲ୍ମ ‘ରକି ଅର୍‌ ରାନୀ କି ପ୍ରେମ୍‌ କାହାନୀ’ ବକ୍ସ ଅଫିସରେ ୧୦୦ କୋଟି ଆୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri