କ୍ୟାମ୍ପ ଅଫିସରେ ଡିଜିପିଙ୍କ ବୈଠକକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୫।୨(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି କରି ହତ୍ୟା କରିବା ଘଟଣାକୁ ଶନିବାର ସପ୍ତାହେ ପୂରିଛି। ହେଲେ ମନ୍ତ୍ରୀଙ୍କୁ ହତ୍ୟା କରିବା ପଛରେ କ’ଣ ରହିଛି ରହସ୍ୟ, ତାହା ଏଯାବତ ସ୍ପଷ୍ଟ ହୋଇନାହିଁ। ଏହା ଭିତରେ ଶୁକ୍ରବାର ପୋଲସି ଡିଜି ସୁନୀଲ ବଂଶଲ ଖବରଦାତା ସମ୍ମିଳନୀ କରି ମୁହଁ ଖୋଲିଥିଲେ। ହେଲେ ଶନିବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ଡାକିଥିଲେ ଡିଜିପି ବଂଶଲ। ଫଳରେ ବହୁ ଅଧିକାରୀ ତଥା ଆଇନଶୃଙ୍ଖଳା ବିଭାଗର ଏଡିଜି ଆର. କେ. ଶର୍ମା,ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଗୋଇନ୍ଦା ଡିଆଇଜି ଅନୁପ ସାହୁଙ୍କ ସହ ଆଇଜି ପ୍ରୋଭିଜନ ଯତୀନ୍ଦ୍ର କୋଏଲ ଓ ଏଡିଜି ହେଡ୍‌କ୍ୱାର୍ଟର ଏସ୍‌. ଦେବଦତ୍ତ ସିଂ ମଧ୍ୟ ଉପସ୍ଥିତ ହୋଇଥିଲେ। ତେବେ ଏହି ବୈଠକରେ କ’ଣ ଆଲୋଚନା ହେଲା ତାହା ସ୍ପଷ୍ଟ କରାଯାଇ ନ ଥିଲେ ମଧ୍ୟ ଏହାକୁ ନେଇ ନାନା ଚର୍ଚ୍ଚା ଚାଲିଛି। ଅନ୍ୟପଟେ ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଥିବାରୁ ସୁରକ୍ଷା ବ୍ୟବସ୍ଥା କିଭଳି କଡାକଡି କରାଯିବ ସେନେଇ ଆଲୋଚନା ହୋଇଥିବା କୁହାଯାଉଛି। କିନ୍ତୁ ଉଚ୍ଚ ପଦସ୍ଥ ପୋଲିସ ଅଧିକାରୀଙ୍କୁ ଡାକି ରୁଦ୍ଧଦ୍ୱାର ବୈଠକ କରିବା ଓ ଏବାବଦରେ କୌଣସି ବି ଜଣେ ଅଧିକାରୀ ମୁହଁ ନ ଖୋଲିବା ସନ୍ଦେହ ବଢ଼ାଉଛି। ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ଘଟଣାକୁ ନେଇ ରାଜନୀତି ଜୋର ଧରିଥିବାବେଳେ ଅନ୍ୟପଟେ ଓଡ଼ିଶା ପୋଲିସର ଭୂମିକାକୁ ନେଇ ସାଧାରଣରେ ନାନା ଚର୍ଚ୍ଚା ଚାଲିଛି। କିଏ କହୁଛି ଘଟଣାର ପ୍ରକୃତ ସତ ପଦାକୁ ଆସିବନି ତ ପୁଣି କିଏ କହୁଛି ଘଟଣାକୁ ଚାପି ଦିଆଯିବ। ଏଭଳି ଘଟଣାର ପୁନରାବୃତ୍ତି ନ ହେବା ଲାଗି ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସ୍‌ଓ)ଙ୍କୁ କିଭଳି ତାଲିମ ଦିଆଯିବ ଓ ଭିଆଇପିଙ୍କୁ କିପରି ସୁରକ୍ଷା ଯୋଗାଇ ଦିଆଯିବ ତାହାର ତମାମ ଦିଗକୁ ନେଇ ଆଲୋଚନା ହୋଇଥିବା ଶୁଣିବାକୁ ମିଳିଛି। ଅନ୍ୟପଟେ ଅବହେଳା ଏଡାଇବା ପାଇଁ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ହୋଇପାରେ ନଚେତ ବଡ଼ ଧରଣର ଅଦଳବଦଳ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?