ମୁଖ୍ୟ ଶାସନ ସଚିବ ପଦବୀକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ଅଗଷ୍ଟ ୩୧ ତାରିଖରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କର ବର୍ଦ୍ଧିତ ୬ ମାସିଆ କାର୍ଯ୍ୟକାଳ ଶେଷହେବାକୁ ଯାଉଛି। ତାଙ୍କ ପରେ ଆଗାମୀ ମୁଖ୍ୟ ଶାସନ ସଚିବ କିଏ ହେବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ବିଶ୍ୱାସଭାଜନ ଓ ଦକ୍ଷ ବରିଷ୍ଠ ଓଡ଼ିଆ ଆଇଏଏସ୍‌ ଅଫିସରଙ୍କୁ ଏହି ପଦବୀରେ ବସାଇବାକୁ ରାଜ୍ୟ ସରକାର ଯୋଜନା କରୁଥିବା ଶୁଣିବାକୁ ମିଳୁଛି। ପୂର୍ବରୁ ଓଡ଼ିଆ ଆଇଏଏସ୍‌ ଅଫିସର ମୁଖ୍ୟ ଶାସନ ସଚିବ ପଦବୀରେ ବସିବା ପରମ୍ପରା ଚାଲି ଆସିଛି। ତେବେ ଏହି ପରମ୍ପରାକୁ ଅକ୍ଷୁଣ୍ଣ ରଖିବା ପାଇଁ ସଚ୍ଚୋଟ ଅଫିସର ଖୋଜା ଚାଲିଛି।
ବରିଷ୍ଠତା ତାଲିକାରେ ୧୯୮୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଜି.ଭି.ଭି. ଶର୍ମା, ସୁଦର୍ଶନ ପାଲ ଠାକୁର, ୧୯୮୭ ବ୍ୟାଚ୍‌ର ତୁହିନକାନ୍ତ ପାଣ୍ଡେ, ନିକୁଞ୍ଜ କିଶୋର ସୁନ୍ଦରରାୟ, ଆର.କେ. ଶର୍ମା, ରାଜେଶ ବର୍ମା, ୧୯୮୮ ବ୍ୟାଚ୍‌ର ସି.ଜେ. ଭେନୁଗୋପାଳ, ପ୍ରଦୀପ୍ତ କୁମାର ମହାପାତ୍ର ରହିଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ୫ ଜଣ ଏବେ କେନ୍ଦ୍ରୀୟ ଡେପୁଟେଶନରେ ରହିଛନ୍ତି।
ମୁଖ୍ୟ ଶାସନ ସଚିବ ଦୌଡ଼ରେ ୧୯୮୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରଦୀପ୍ତ ମହାପାତ୍ର ଓ ୧୯୮୯ ବ୍ୟାଚ୍‌ର ପ୍ରଦୀପ ଜେନାଙ୍କ ନାମ ଚର୍ଚ୍ଚାରେ ରହିଛି। ତେବେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଶ୍ରୀମନ୍ଦିର ପ୍ରଶାସକ ଥିବା ବେଳେ ତାଙ୍କ ନାମରେ ଦୁର୍ନୀତି ଅଭିଯୋଗ ଆସିଥିଲା। ଏଥିଯୋଗୁ ତାଙ୍କୁ ମୁଖ୍ୟ ଶାସନ ସଚିବ ପଦବୀରେ ନ ବସାଇବାକୁ ସରକାର ବିଚାର କରୁଥିବା କୁହାଯାଉଛି। ଏହି ପଦବୀ ପାଇଁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ନାମ ଆଗରେ ରହିଛି। ପ୍ରଦୀପ ବିଭିନ୍ନ ବିଭାଗରେ ନିଜର ଦକ୍ଷତା ପ୍ରଦର୍ଶନ କରିଛନ୍ତି। ତେବେ ସରକାର ତାଙ୍କ ଉପରେ ସେତେଟା ଭରସା କରିପାରୁ ନ ଥିବା ନେଇ ଆଲୋଚନା ହେଉଛି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ୨୦୨୨ ଫେବୃୟାରୀରୁ ଅବସର ନେଇଥିଲେ ମଧ୍ୟ ସରକାର ତାଙ୍କ ଉପରେ ପୁଣି ଭରସା କରି କାର୍ଯ୍ୟକାଳ ଆଉ ୬ ମାସ ବଢ଼ାଇଛନ୍ତି। ଚଳିତ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ପୂରିବାକୁ ଯାଉଛି। ମାତ୍ର ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାରଙ୍କ ଅନୁମୋଦନକୁ ଅପେକ୍ଷା କରାଯାଇଥିବା ନେଇ ଚର୍ଚ୍ଚା ହେଉଛି। ତେବେ ଆଉ ସପ୍ତାହକ ପରେ ରାଜ୍ୟକୁ ନୂଆ ଶାସନ ସଚିବ ମିିଳିବେ ନା ସରକାର ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ାଇବେ ତାହା ଉପରେ ଏବେ ସଭିଙ୍କ ନଜର।
ସୂଚନାଥାଉ କି, ପ୍ରଦୀପ ଜେନା ଆସନ୍ତା ୨୦୨୪ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ। ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଯଦି ୬ ମାସ ବଢାଯାଏ ତେବେ ୨୦୨୩ ଫେବୃୟାରୀରେ ତାଙ୍କ କାର୍ଯ୍ୟକାଳ ଶେଷ ହେବ। ଏହା ପରେ ମଧ୍ୟ ପ୍ରଦୀପ ଜେନାଙ୍କ ପାଇଁ ସୁଯୋଗ ରହିଛି। ସରକାର ଯଦି ତାଙ୍କୁ ମୁଖ୍ୟ ଶାସନ ସଚିବ ନିଯୁକ୍ତି କରନ୍ତି ତେବେ ୧୦ ମାସ ପାଇଁ ଏହି ପଦବୀରେ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri