ମୁଖ୍ୟ ଶାସନ ସଚିବ ପଦବୀକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ଅଗଷ୍ଟ ୩୧ ତାରିଖରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କର ବର୍ଦ୍ଧିତ ୬ ମାସିଆ କାର୍ଯ୍ୟକାଳ ଶେଷହେବାକୁ ଯାଉଛି। ତାଙ୍କ ପରେ ଆଗାମୀ ମୁଖ୍ୟ ଶାସନ ସଚିବ କିଏ ହେବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ବିଶ୍ୱାସଭାଜନ ଓ ଦକ୍ଷ ବରିଷ୍ଠ ଓଡ଼ିଆ ଆଇଏଏସ୍‌ ଅଫିସରଙ୍କୁ ଏହି ପଦବୀରେ ବସାଇବାକୁ ରାଜ୍ୟ ସରକାର ଯୋଜନା କରୁଥିବା ଶୁଣିବାକୁ ମିଳୁଛି। ପୂର୍ବରୁ ଓଡ଼ିଆ ଆଇଏଏସ୍‌ ଅଫିସର ମୁଖ୍ୟ ଶାସନ ସଚିବ ପଦବୀରେ ବସିବା ପରମ୍ପରା ଚାଲି ଆସିଛି। ତେବେ ଏହି ପରମ୍ପରାକୁ ଅକ୍ଷୁଣ୍ଣ ରଖିବା ପାଇଁ ସଚ୍ଚୋଟ ଅଫିସର ଖୋଜା ଚାଲିଛି।
ବରିଷ୍ଠତା ତାଲିକାରେ ୧୯୮୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଜି.ଭି.ଭି. ଶର୍ମା, ସୁଦର୍ଶନ ପାଲ ଠାକୁର, ୧୯୮୭ ବ୍ୟାଚ୍‌ର ତୁହିନକାନ୍ତ ପାଣ୍ଡେ, ନିକୁଞ୍ଜ କିଶୋର ସୁନ୍ଦରରାୟ, ଆର.କେ. ଶର୍ମା, ରାଜେଶ ବର୍ମା, ୧୯୮୮ ବ୍ୟାଚ୍‌ର ସି.ଜେ. ଭେନୁଗୋପାଳ, ପ୍ରଦୀପ୍ତ କୁମାର ମହାପାତ୍ର ରହିଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ୫ ଜଣ ଏବେ କେନ୍ଦ୍ରୀୟ ଡେପୁଟେଶନରେ ରହିଛନ୍ତି।
ମୁଖ୍ୟ ଶାସନ ସଚିବ ଦୌଡ଼ରେ ୧୯୮୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରଦୀପ୍ତ ମହାପାତ୍ର ଓ ୧୯୮୯ ବ୍ୟାଚ୍‌ର ପ୍ରଦୀପ ଜେନାଙ୍କ ନାମ ଚର୍ଚ୍ଚାରେ ରହିଛି। ତେବେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଶ୍ରୀମନ୍ଦିର ପ୍ରଶାସକ ଥିବା ବେଳେ ତାଙ୍କ ନାମରେ ଦୁର୍ନୀତି ଅଭିଯୋଗ ଆସିଥିଲା। ଏଥିଯୋଗୁ ତାଙ୍କୁ ମୁଖ୍ୟ ଶାସନ ସଚିବ ପଦବୀରେ ନ ବସାଇବାକୁ ସରକାର ବିଚାର କରୁଥିବା କୁହାଯାଉଛି। ଏହି ପଦବୀ ପାଇଁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ନାମ ଆଗରେ ରହିଛି। ପ୍ରଦୀପ ବିଭିନ୍ନ ବିଭାଗରେ ନିଜର ଦକ୍ଷତା ପ୍ରଦର୍ଶନ କରିଛନ୍ତି। ତେବେ ସରକାର ତାଙ୍କ ଉପରେ ସେତେଟା ଭରସା କରିପାରୁ ନ ଥିବା ନେଇ ଆଲୋଚନା ହେଉଛି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ୨୦୨୨ ଫେବୃୟାରୀରୁ ଅବସର ନେଇଥିଲେ ମଧ୍ୟ ସରକାର ତାଙ୍କ ଉପରେ ପୁଣି ଭରସା କରି କାର୍ଯ୍ୟକାଳ ଆଉ ୬ ମାସ ବଢ଼ାଇଛନ୍ତି। ଚଳିତ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ପୂରିବାକୁ ଯାଉଛି। ମାତ୍ର ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାରଙ୍କ ଅନୁମୋଦନକୁ ଅପେକ୍ଷା କରାଯାଇଥିବା ନେଇ ଚର୍ଚ୍ଚା ହେଉଛି। ତେବେ ଆଉ ସପ୍ତାହକ ପରେ ରାଜ୍ୟକୁ ନୂଆ ଶାସନ ସଚିବ ମିିଳିବେ ନା ସରକାର ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ାଇବେ ତାହା ଉପରେ ଏବେ ସଭିଙ୍କ ନଜର।
ସୂଚନାଥାଉ କି, ପ୍ରଦୀପ ଜେନା ଆସନ୍ତା ୨୦୨୪ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ। ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଯଦି ୬ ମାସ ବଢାଯାଏ ତେବେ ୨୦୨୩ ଫେବୃୟାରୀରେ ତାଙ୍କ କାର୍ଯ୍ୟକାଳ ଶେଷ ହେବ। ଏହା ପରେ ମଧ୍ୟ ପ୍ରଦୀପ ଜେନାଙ୍କ ପାଇଁ ସୁଯୋଗ ରହିଛି। ସରକାର ଯଦି ତାଙ୍କୁ ମୁଖ୍ୟ ଶାସନ ସଚିବ ନିଯୁକ୍ତି କରନ୍ତି ତେବେ ୧୦ ମାସ ପାଇଁ ଏହି ପଦବୀରେ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?