ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ବିଧାୟକ ରବି ନାଏକଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୧୦ା୬: ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ପାଖେଇ ଆସୁଥିଲା ବେଳେ କିଏ ମୁଖ୍ୟମନ୍ତ୍ରୀ ହେବ ଏହାକୁ ନେଇ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ଦୌଡରେ ନିଜକୁ ଯୋଡ଼ିଛନ୍ତି କୁଚିଣ୍ଡା ବିଧାୟକ ରବି ନାଏକ।

ସୋମବାର ପ୍ରତିକ୍ରିୟା ରଖି କୁଚିଣ୍ଡା ବିଧାୟକ ରବି ନାରାୟଣ ନାଏକ କହିଛନ୍ତି ଯେ, ”ମୁଁ ଚାରି ଥର ବିଧାୟକ ହୋଇଛି। ପୂର୍ବରୁ ପ୍ରଶାସନ,ଦଳ ଚଳାଇବାର ଦକ୍ଷତା ଓ ଅଭିଜ୍ଞତା ଅଛି। ଆଗରୁ ମଧ୍ୟ ଦଳର ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଛି। ତେଣୁ ଦଳ ମତେ ଦାୟିତ୍ୱ ଦେଲେ ମୁଁ ଖୁସି ହେବି।”

ମୁଖ୍ୟମନ୍ତ୍ରୀ ଚର୍ଚ୍ଚା ପ୍ରସଙ୍ଗରେ ଭାଜପା ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏନେଇ ସେ କହିଛନ୍ତି, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେବ। ତେବେ ମୁଖ୍ୟମନ୍ତ୍ରୀ ପାଇଁ ଅନେକ ନାଁ ଚର୍ଚ୍ଚାରେ ଥିବା ବେଳେ ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀଙ୍କ ନାମ ସର୍ବାଗ୍ରେ ରହିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ରବିବାର ସେ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଅପରପକ୍ଷେ କନ୍ଧମାଳ ଏମପି ସୁକାନ୍ତ ପାଣିଗ୍ରାହୀ ସୋମବାର କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନାମ ଚୂଡାନ୍ତ ହୋଇସାରିଛି। ବାକି ଶେଷ ନିଷ୍ପତି ମଙ୍ଗଳବାର ହେବାକୁ ଥିବା ବିଧାୟକ ଦଳ ବୈଠକରେ ହେବ।

ସୂଚନାଯୋଗ୍ୟ, କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାଜପା ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବେ ଏବଂ କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ତର୍ଜମା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri