ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ବିଧାୟକ ରବି ନାଏକଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୧୦ା୬: ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ପାଖେଇ ଆସୁଥିଲା ବେଳେ କିଏ ମୁଖ୍ୟମନ୍ତ୍ରୀ ହେବ ଏହାକୁ ନେଇ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ଦୌଡରେ ନିଜକୁ ଯୋଡ଼ିଛନ୍ତି କୁଚିଣ୍ଡା ବିଧାୟକ ରବି ନାଏକ।

ସୋମବାର ପ୍ରତିକ୍ରିୟା ରଖି କୁଚିଣ୍ଡା ବିଧାୟକ ରବି ନାରାୟଣ ନାଏକ କହିଛନ୍ତି ଯେ, ”ମୁଁ ଚାରି ଥର ବିଧାୟକ ହୋଇଛି। ପୂର୍ବରୁ ପ୍ରଶାସନ,ଦଳ ଚଳାଇବାର ଦକ୍ଷତା ଓ ଅଭିଜ୍ଞତା ଅଛି। ଆଗରୁ ମଧ୍ୟ ଦଳର ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଛି। ତେଣୁ ଦଳ ମତେ ଦାୟିତ୍ୱ ଦେଲେ ମୁଁ ଖୁସି ହେବି।”

ମୁଖ୍ୟମନ୍ତ୍ରୀ ଚର୍ଚ୍ଚା ପ୍ରସଙ୍ଗରେ ଭାଜପା ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏନେଇ ସେ କହିଛନ୍ତି, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେବ। ତେବେ ମୁଖ୍ୟମନ୍ତ୍ରୀ ପାଇଁ ଅନେକ ନାଁ ଚର୍ଚ୍ଚାରେ ଥିବା ବେଳେ ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀଙ୍କ ନାମ ସର୍ବାଗ୍ରେ ରହିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ରବିବାର ସେ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି। ଅପରପକ୍ଷେ କନ୍ଧମାଳ ଏମପି ସୁକାନ୍ତ ପାଣିଗ୍ରାହୀ ସୋମବାର କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନାମ ଚୂଡାନ୍ତ ହୋଇସାରିଛି। ବାକି ଶେଷ ନିଷ୍ପତି ମଙ୍ଗଳବାର ହେବାକୁ ଥିବା ବିଧାୟକ ଦଳ ବୈଠକରେ ହେବ।

ସୂଚନାଯୋଗ୍ୟ, କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାଜପା ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବେ ଏବଂ କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ତର୍ଜମା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri