ଅନାସ୍ଥା ପ୍ରସ୍ତାବ ନେଇ ବିଜେଡି-କଂଗ୍ରେସ ମଧ୍ୟରେ ତର୍ଜମା, ବିଜେଡି ଦେଲା ବଡ ସଙ୍କେତ

ଭୁବନେଶ୍ୱର,୨୩।୭: ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତି ଉତ୍ତେଜନାପୂର୍ଣ୍ଣ ହୋଇ ପଡ଼ିଛି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସଙ୍କ ଅନାସ୍ଥା ପ୍ରସ୍ତାବ ଘୋଷଣାକୁ ଜବାବ ଦେଇ ବିଜୁ ଜନତା ଦଳ (ବିଜେଡି) ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ନେଇ କୌଣସି ନିଷ୍ପତ୍ତି ଏପର୍ଯ୍ୟନ୍ତ ହୋଇନାହିଁ। ସେ ସ୍ପଷ୍ଟ କରିଛନ୍ତି, “ବିଧାନସଭାର ଅଧିବେଶନ ନୋଟିଫିକେସନ ହେବା ପରେ ବିଧାୟକ ଦଳର ବୈଠକରେ ଏ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।”

ମିଶ୍ର ଆହୁରି କହିଛନ୍ତି, “ବିଜେଡି ସର୍ବଦା ମହିଳାମାନଙ୍କ ପାଇଁ ଲଢ଼ିଆସିଛି ଏବଂ ନାରୀ ନିର୍ଯାତନାକୁ ସବୁବେଳେ ନିନ୍ଦା କରିଛି। ବାଲେଶ୍ବର ଘଟଣା ଅତ୍ୟନ୍ତ ଦୁଃଖଦ ଏବଂ ଆମେ ଏହାର ନ୍ୟାୟିକ ତଦନ୍ତ ଦାବି କରୁଛୁ।”

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି
ପିସିସି ସଭାପତି ଭକ୍ତ ଚରଣ ଦାସ ଏକ ପ୍ରେସ୍‌ ମିଟ୍‌ରେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରି କହିଛନ୍ତି, “ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା ଅତ୍ୟନ୍ତ ଲଜ୍ଜାଜନକ। ଆମେ ସମସ୍ତେ ଏହା ନେଇ ଲଜ୍ଜିତ, କିନ୍ତୁ ଦୁଃଖର ବିଷୟ ଯେ ରାଜ୍ୟ ସରକାର ଏ ନେଇ ଲଜ୍ଜିତ ନୁହନ୍ତି।” ସେ ଅଭିଯୋଗ କରିଛନ୍ତି ଯେ ସରକାର ଏପର୍ଯ୍ୟନ୍ତ ନୀରବ ଦ୍ରଷ୍ଟା ଭୂମିକାରେ ରହିଛନ୍ତି ଏବଂ ମହିଳା କମିଶନ ଗଠନ କରିବାରେ ବିଫଳ ହୋଇଛନ୍ତି। ଦାସ ଏହି ଘଟଣାରେ ନ୍ୟାୟ ପାଇଁ ହାଇକୋର୍ଟର କାର୍ଯ୍ୟରତ ବିଚାରପତିଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ ଦାବି କରିଛନ୍ତି।

ଦାସ ଆହୁରି କହିଛନ୍ତି, “ଯଦି ବିଜେଡି ନାରୀ ନ୍ୟାୟ ପାଇଁ ଆନ୍ତରିକତା ସହ ଲଢ଼ୁଛି, ତେବେ ସେମାନେ ବିଧାନସଭାରେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣନ୍ତୁ, ଆମେ ତାହାକୁ ସମର୍ଥନ ଦେବୁ। ନଚେତ୍‌, ଆମେ ନିଜେ ଅନାସ୍ଥା ପ୍ରସ୍ତାବ ଆଣିବୁ ଏବଂ ବିଜେଡି ତାହାକୁ ସମର୍ଥନ ଦେଉ।”


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

୬ ମାସ ପରେ ଖୋଲିଲା ମଝିଘରିଆଣିଙ୍କ ମନ୍ଦିର ହୁଣ୍ଡି: ବାହାରିଲା ଏତେ କୋଟି ଟଙ୍କା ସହ ବିଦେଶୀ…

ରାୟଗଡା, ୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯...

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର...

ପ୍ରୋଟୋକଲ୍ ଭାଙ୍ଗିଲେ ମୋଦି: ୟୁଏଇ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ଏପରି କଲେ ସ୍ୱାଗତ

ନୂଆଦିଲ୍ଲୀ,୧୯।୧: ଭାରତ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ବଢୁଥିବା ସମ୍ପର୍କର ଏକ ଭିନ୍ନ ଦୃଶ୍ୟ ସୋମବାର ଦେଖିବାକୁ ମିଳିଛି। ୟୁଏଇ ରାଷ୍ଟ୍ରପତି ଶେଖ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri