ଅନାସ୍ଥା ପ୍ରସ୍ତାବ ନେଇ ବିଜେଡି-କଂଗ୍ରେସ ମଧ୍ୟରେ ତର୍ଜମା, ବିଜେଡି ଦେଲା ବଡ ସଙ୍କେତ

ଭୁବନେଶ୍ୱର,୨୩।୭: ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତି ଉତ୍ତେଜନାପୂର୍ଣ୍ଣ ହୋଇ ପଡ଼ିଛି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସଙ୍କ ଅନାସ୍ଥା ପ୍ରସ୍ତାବ ଘୋଷଣାକୁ ଜବାବ ଦେଇ ବିଜୁ ଜନତା ଦଳ (ବିଜେଡି) ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଯେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ନେଇ କୌଣସି ନିଷ୍ପତ୍ତି ଏପର୍ଯ୍ୟନ୍ତ ହୋଇନାହିଁ। ସେ ସ୍ପଷ୍ଟ କରିଛନ୍ତି, “ବିଧାନସଭାର ଅଧିବେଶନ ନୋଟିଫିକେସନ ହେବା ପରେ ବିଧାୟକ ଦଳର ବୈଠକରେ ଏ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।”

ମିଶ୍ର ଆହୁରି କହିଛନ୍ତି, “ବିଜେଡି ସର୍ବଦା ମହିଳାମାନଙ୍କ ପାଇଁ ଲଢ଼ିଆସିଛି ଏବଂ ନାରୀ ନିର୍ଯାତନାକୁ ସବୁବେଳେ ନିନ୍ଦା କରିଛି। ବାଲେଶ୍ବର ଘଟଣା ଅତ୍ୟନ୍ତ ଦୁଃଖଦ ଏବଂ ଆମେ ଏହାର ନ୍ୟାୟିକ ତଦନ୍ତ ଦାବି କରୁଛୁ।”

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି
ପିସିସି ସଭାପତି ଭକ୍ତ ଚରଣ ଦାସ ଏକ ପ୍ରେସ୍‌ ମିଟ୍‌ରେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରି କହିଛନ୍ତି, “ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା ଅତ୍ୟନ୍ତ ଲଜ୍ଜାଜନକ। ଆମେ ସମସ୍ତେ ଏହା ନେଇ ଲଜ୍ଜିତ, କିନ୍ତୁ ଦୁଃଖର ବିଷୟ ଯେ ରାଜ୍ୟ ସରକାର ଏ ନେଇ ଲଜ୍ଜିତ ନୁହନ୍ତି।” ସେ ଅଭିଯୋଗ କରିଛନ୍ତି ଯେ ସରକାର ଏପର୍ଯ୍ୟନ୍ତ ନୀରବ ଦ୍ରଷ୍ଟା ଭୂମିକାରେ ରହିଛନ୍ତି ଏବଂ ମହିଳା କମିଶନ ଗଠନ କରିବାରେ ବିଫଳ ହୋଇଛନ୍ତି। ଦାସ ଏହି ଘଟଣାରେ ନ୍ୟାୟ ପାଇଁ ହାଇକୋର୍ଟର କାର୍ଯ୍ୟରତ ବିଚାରପତିଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ ଦାବି କରିଛନ୍ତି।

ଦାସ ଆହୁରି କହିଛନ୍ତି, “ଯଦି ବିଜେଡି ନାରୀ ନ୍ୟାୟ ପାଇଁ ଆନ୍ତରିକତା ସହ ଲଢ଼ୁଛି, ତେବେ ସେମାନେ ବିଧାନସଭାରେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣନ୍ତୁ, ଆମେ ତାହାକୁ ସମର୍ଥନ ଦେବୁ। ନଚେତ୍‌, ଆମେ ନିଜେ ଅନାସ୍ଥା ପ୍ରସ୍ତାବ ଆଣିବୁ ଏବଂ ବିଜେଡି ତାହାକୁ ସମର୍ଥନ ଦେଉ।”


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri