ଆଲୋଚନା ବିଫଳ, ୪ରେ ତାଳଚେର ବନ୍ଦ ଡାକରା

ତାଳଚେର, ୩।୭(ନି.ପ୍ର.): ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ପ୍ରସଙ୍ଗରେ ହୋଇଥିବା ଆଲୋଚନାରୁ କୌଣସି ନିଷ୍କର୍ଷ ବାହାରିନାହିଁ। ଫଳରେ ଆସନ୍ତା ୪ ତାରିଖରେ ୧୨ ଘଣ୍ଟିଆ ତାଳଚେର ବନ୍ଦ ଏବଂ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଡାକରା ଦେଇଛି କ୍ରିୟାନୁଷ୍ଠାନ କମିଟି। ଏହାକୁ ସଫଳ କରିବା ପାଇଁ ସମସ୍ତଙ୍କୁ ନିବେଦନ କରାଯାଇଛି।
କମିଟି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ପ୍ରସଙ୍ଗରେ ଶନିବାର ଉପଜିଲାପାଳ ବିଶ୍ୱରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା। ହେଲେ ଆଲୋଚନାରୁ କୌଣସି ସୁଫଳ ମିଳିଲାନାହିଁ। ତେଣୁ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଆନ୍ଦୋଳନ କରାଯିବ। ଗତ ବୈଠକରେ ପ୍ରଶାସନର ଅନୁରୋଧକୁ ରକ୍ଷା କରି ଆନ୍ଦୋଳନକୁ ଏକମାସ ଘୁଞ୍ଚାଇ ଦିଆଯାଇଥିଲା। ଏହାସତ୍ତ୍ୱେ ସରକାରୀସ୍ତରରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାର ତାରିଖ ସ୍ଥିର ହୋଇ ହୋଇ ନ ପାରିବା ପରିତାପର ବିଷୟ ବୋଲି କମିଟି ସଦସ୍ୟ ଉଦ୍‌ବେଗ ବ୍ୟକ୍ତ କରିଛନ୍ତି।
ତାଳଚେର ମେଡିକାଲ କଲେଜ କରିବା ପାଇଁ ୧୦୦୦ କୋଟି ଟଙ୍କା ବ୍ୟୟରେ କୋଠା ସହିତ ଆନୁଷଙ୍ଗିକ ଯନ୍ତ୍ରପାତି କ୍ରୟ କରାଯାଇଛି। ଦୀର୍ଘ ୫ବର୍ଷ ହେଲା କାମ ଶେଷ ହୋଇଥିବାବେଳେ ନୂତନ କୋଠା ଏବଂ ଯନ୍ତ୍ରପାତି ନଷ୍ଟ ହେବାକୁ ବସିଲାଣି। ହେଲେ ସରକାରୀ ଉଦାସୀନତା କାରଣରୁ ଏହାକୁ ମେଡିକାଲ କଲେଜ ମାନ୍ୟତା ମିଳୁ ନ ଥିବା ଅଭିଯୋଗ ହୋଇଆସୁଛି। ବନ୍ଦକୁ ସଫଳ କରିବା ପାଇଁ ତାଳଚେରର ବୁଦ୍ଧିଜୀବୀ, ଶ୍ରମିକ, ବ୍ୟବସାୟୀ, ଛାତ୍ର, ଯୁବକ ଏବଂ ତାଳଚେରବାସୀ ସହଯୋଗ କରିବାକୁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଅନୁରୋଧ କରାଯାଇଛି। ବୈଠକରେ କ୍ରିୟାନୁଷ୍ଠାନ କମିଟି ଆବାହକ ପଦ୍ମଚରଣ ସାମଲ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦିଗାମ୍ବର ଗଡନାୟକ, ପୂର୍ବତନ ନଗରପାଳ କେଶବ ଭୂତିଆ, ପୂର୍ବତନ ସମିତିସଭ୍ୟ ବିନୋଦ ଲାଲ, ରଞ୍ଜିତ ମହାପାତ୍ର,ସୁନିଲ ବିଶ୍ୱାଳ,ଜିନେସ ସାହୁ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri