ଯୁଦ୍ଧ ପରିସ୍ଥିତିକୁ ଏଡାଇବା ପାଇଁ ଚାଇନା ସହ ଆଲୋଚନା ଆବଶ୍ୟକ: ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ…

ସିଙ୍ଗାପୁର,୩।୬ : ସିଙ୍ଗାପୁରରେ ଶଙ୍ଗରି-ଲା ସଂଳାପ ପ୍ରତିରକ୍ଷା ସମ୍ମିଳନୀରେ ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ ଓଲିଉଡ ଅଷ୍ଟିନ ଏବଂ ଚାଇନା ପ୍ରତିପକ୍ଷ ମନ୍ତ୍ରୀ ଲି ଶାଙ୍ଗଫୁ ଅଂଶଗ୍ରହଣ କରିଥିଲେ। ଆଲୋଚନା ସମୟରେ ଦୁଇ ନେତା ହାତ ମିଳାଇଥିଲେ କିନ୍ତୁ ଆମେରିକା ଏଥିରେ ସନ୍ତୁଷ୍ଟ ହୋଇ ନାହିଁ। ବାସ୍ତବରେ, ଶଙ୍ଗରି-ଲା ସଂଳାପ ବ୍ୟତୀତ ଦୁଇ ଦେଶର ପ୍ରତିରକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହେବାର ଥିଲା, କିନ୍ତୁ ପୂର୍ବରୁ ଚାଇନା ଆମେରିକାର ଏହି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିଲା।

ଆଲୋଚନା ପାଇଁ ଚାଇନା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିବାରୁ ଆମେରିକା ନିରାଶ ହୋଇଛି। ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ ଓଲିଉଡ ଅଷ୍ଟିନ କହିଛନ୍ତି ଆମେରିକା ବିଶ୍ୱାସ କରେ ଚାଇନା ସହ କଥାବାର୍ତ୍ତାର ମାର୍ଗ ଖୋଲା ରହିବା ଉଚିତ। ବିଶେଷକରି ଆମର ପ୍ରତିରକ୍ଷା ଏବଂ ସାମରିକ ନେତାଙ୍କ ମଧ୍ୟରେ କଥାବାର୍ତ୍ତା ଆବଶ୍ୟକ। ଆମେ ଯେତେ ଅଧିକ କଥାବାର୍ତ୍ତା କରିବୁ, ଭୁଲ ବୁଝାମଣାର ସମ୍ଭାବନା କମ ରହିବ। ଏହା ଦ୍ୱନ୍ଦ ପରି ପରିସ୍ଥିତି ସୃଷ୍ଟି କରିବ ନାହିଁ।

ଆମେରିକାର ପ୍ରତିରକ୍ଷା ସଚିବ କହିଛନ୍ତି ଚାଇନା ଆଲୋଚନା କରିବାକୁ ଅନିଚ୍ଛା ପ୍ରକାଶ କରୁଥିବାରୁ ସେ ଗଭୀର ଚିନ୍ତିତ। ଅନ୍ତର୍ଜାତୀୟ ଆକାଶରେ ଆମେରିକା ଏବଂ ସହଯୋଗୀ ଦେଶମାନଙ୍କ ସହିତ ଘଟୁଥିବା ବିପଜ୍ଜନକ ବାଧା ଉପରେ ଓଲିଉଡ ଅଷ୍ଟିନ ମଧ୍ୟ ଉଦବେଗ ପ୍ରକାଶ କରିଥିଲେ। କିଛି ଦିନତଳେ ଆମେରିକା ଏବଂ ଚାଇନା ଯୁଦ୍ଧ ବିମାନ ଦକ୍ଷିଣ ଚାଇନା ସାଗରର ଆକାଶ ମାର୍ଗରେ ଅତି ନିକଟତର ହୋଇଥିଲା।
ତାଇୱାନ ଏବଂ ଚାଇନାର ଗୁପ୍ତଚର ବେଲୁନ ପ୍ରସଙ୍ଗରେ ଆମେରିକା ଏବଂ ଚାଇନା ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?