Posted inଜାତୀୟ

ସରକାରଙ୍କ ସହ ଆଜି ଆଲୋଚନା

ନୂଆଦିଲ୍ଲୀ, ୪।୧: କେନ୍ଦ୍ର ସରକାରଙ୍କ ସହ ଚାଷୀନେତାଙ୍କର ସୋମବାର ପରବର୍ତ୍ତୀ ପର୍ଯ୍ୟାୟ ଆଲୋଚନା ଅନୁଷ୍ଠିତ ହେବାକୁ ଯାଉଛି। ଏହାର ଫଳାଫଳକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି। ସରକାରଙ୍କ ସହ ମୁଖ୍ୟତଃ ୩ କୃଷି ଆଇନ ପ୍ରତ୍ୟାହାର ଏବଂ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ପ୍ରସଙ୍ଗରେ ଆଲୋଚନା ହେବ।
ଶନିବାର ରାତିସାରା ବର୍ଷା ଲାଗି ରହିଥିବାବେଳେ ସୀମାରେ ଦୀର୍ଘ ୩୯ ଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଛନ୍ତି। ପ୍ରବଳ ଶୀତ ସାଙ୍ଗକୁ ଅବିରତ ବର୍ଷା ସେମାନଙ୍କ ପାଇଁ ଦୁର୍ବିଷହ ହୋଇପଡ଼ିଛି। ତେବେ ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଟଳ ଚାଷୀ ଏହାକୁ ଭ୍ରୂକ୍ଷେପ ନ କରି ପାଣିଭର୍ତ୍ତି ଟେଣ୍ଟରେ ଆନ୍ଦୋଳନ ଜାରି ରଖିଛନ୍ତି।
କ୍ରମାଗତ ବର୍ଷା ଯୋଗୁ ଆନ୍ଦୋଳନ ସ୍ଥଳ ଜଳାର୍ଣ୍ଣବ ହୋଇଯାଇଛି। ଟେଣ୍ଟ ମଧ୍ୟ କୃଷକମାନଙ୍କୁ ଯଥେଷ୍ଟ ସୁରକ୍ଷା ଦେଇପାରି ନାହିଁ। ବର୍ଷା ଯୋଗୁ ଆନ୍ଦୋଳନ ସ୍ଥଳର ସ୍ଥିତି ବେହାଲ ହୋଇପଡ଼ିଛି। ଚାଷୀମାନଙ୍କ ଦୁର୍ଦ୍ଦଶାକୁ ସରକାର ଦେଖିପାରୁ ନାହାନ୍ତି ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା ସଦସ୍ୟ ଅଭିମନ୍ୟୁ କୋହର କହିଛନ୍ତି। ବର୍ଷା ଯୋଗୁ ଆନ୍ଦୋଳନ ସ୍ଥଳ ଜଳମଗ୍ନ ହୋଇଛି ସତ,
ହେଲେ ଦୀର୍ଘଦିନ ହେଲା ଆନ୍ଦୋଳନରେ ବସିଥିବା ଚାଷୀଙ୍କ ମନୋବଳକୁ ଓଦା କରିପାରିନାହିଁ ବୋଲି ସିଙ୍ଘୁ ସୀମାର ଜଣେ କୃଷକ ନେତା କହିଛନ୍ତି। ଯେତେ ଅସୁବିଧା ଆସିଲେ ମଧ୍ୟ ସେମାନେ ସ୍ଥାନ ଛାଡ଼ି ନ ଯିବାକୁ ପ୍ରତିଜ୍ଞା କରିଛନ୍ତି।
ଚାଷୀମାନଙ୍କ ଦାବିକୁ ସରକାର ପୂରଣ ନ କରନ୍ତି, ତେବେ ଆନ୍ଦୋଳନ ଆହୁରି ବ୍ୟାପକ ହେବ ବୋଲି ପୂର୍ବରୁ କୃଷକ ନେତାମାନେ ଚେତାବନୀ ଦେଇସାରିଛନ୍ତି। ଜାନୁୟାରୀ ୫ରୁ ସାରା ଦେଶରେ ଆନ୍ଦୋଳନ ହେବ ବୋଲି ଭାରତୀୟ କିଷାନ ୟୁନିୟନ ନେତା ଗୁର୍‌ନାମ ସିଂ ଚାଦୁନି ଜମ୍ମୁରେ ଏକ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି। ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ କୃଷକମାନେ ଟ୍ରାକ୍ଟର ରାଲି ସହ ଜାତୀୟ ରାଜଧାନୀରେ ପ୍ରବେଶ କରିବେ ବୋଲି ଶନିବାର ସଂଯୁକ୍ତ କିଷାନ ମୋର୍ଚ୍ଚା ନେତା ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏହା ପୂର୍ବରୁ ରାଜ୍ୟ ଓ ଜାତୀୟ ସ୍ତରରେ ଆନ୍ଦୋଳନକୁ ଜୋର୍‌ଦାର କରାଯିବ ବୋଲି ଚାଷୀନେତା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri