ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ ନେଇ ଶନିବାର ତାଳପଡା ଗ୍ରାମବାସୀ ସୁରଙ୍ଗି ଗ୍ରାମରେ ଥିବା ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇ ରାସ୍ତା ଅବରୋଧ କରି ପ୍ରତିବାଦ ଜଣେଇଛନ୍ତି।

ବାରମ୍ବାର ଅଭିଯୋଗ ସତ୍ତ୍ୱେ ବିଦ୍ୟୁତ ବିଭାଗ ନିରବ ଦର୍ଶକ ସାଜିଥିବାରୁ ଗ୍ରାମବାସୀମାନେ ଏହି ପଦକ୍ଷେପ ନେଇଥିବା କହିଛନ୍ତି। ପାତ୍ରପୁର ବ୍ଲକ ଅନ୍ତର୍ଗତ ତାଳପଡା ଓ ଆଖପାଖ ଅଞ୍ଚଳର ଦୁଇଶରୁ ଅଧିକ ଗ୍ରାମବାସୀ ଏକତ୍ରିତ ହୋଇ ସୁରଙ୍ଗି ବିଦ୍ୟୁତ କାର୍ଯ୍ୟାଳୟକୁ ତାଲା ପକାଇଥିଲେ। ସେମାନେ କାର୍ଯ୍ୟାଳୟ କର୍ମଚାରୀଙ୍କୁ ବାହାରକୁ କାଢ଼ି ରାସ୍ତାରୋକ କରିଥିଲେ ଏବଂ ସେଠାରେ ରନ୍ଧାବଢ଼ା କରି ଦୀର୍ଘ ସମୟ ଧରି ପ୍ରତିବାଦ ଜାରି ରଖିଥିଲେ।

ଏହି ଘଟଣା ସମ୍ପର୍କରେ ସୂଚନା ପାଇ ଖାରିଆଗୁଡା ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାଇବା ପରେ ସେମାନେ ରାସ୍ତାରୋକ ଉଠାଇଥିଲେ। ପରେ ବିଦ୍ୟୁତ ବିଭାଗର ଚିକିଟି ସେକ୍ସନର ଏସଡିଓ ଓ ସୁରଙ୍ଗି ଜେଇ ଘଟଣାସ୍ଥଳକୁ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ତେବେ ଗ୍ରାମବାସୀମାନେ ଲିଖିତ ପ୍ରତିଶ୍ରୁତି ପାଇଁ ଅଡ଼ିଆ ରହିଥିଲେ।

ପରବର୍ତ୍ତୀ ସମୟରେ ଏସଡିଓ ହସ୍ତକ୍ଷେପ କରି ଏସ୍‌ ନୁଆଗାଁ ଗ୍ରାମ ଦେଇ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ପାଇଁ ଜିଲାପାଳଙ୍କ ପକ୍ଷରୁ ଅନୁମୋଦିତ ଅର୍ଥ ମଞ୍ଜୁରି ସମ୍ପର୍କିତ ଚିଠି ଦେଖାଇଥିଲେ। ସେହିସହ ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରାଯିବ ବୋଲି ଆଶ୍ୱାସନ ଦେଇଥିଲେ।ଏହାପରେ ଗ୍ରାମବାସୀମାନେ ଶାନ୍ତ ହୋଇ ପ୍ରତିବାଦରୁ ହଟିଥିବା ଜଣାପଡ଼ିଛି।

ଏନେଇ ଚିକିଟି ଏସଡିଓ କହିଛନ୍ତି ଯେ, ଅଘୋଷିତ ବିଦ୍ୟୁତ କାଟ କରାଯିବ ନାହିଁ ଏବଂ କେବଳ ଜରୁରୀ ପରିସ୍ଥିତିରେ ବିଦ୍ୟୁତ ସରବରାହ ବନ୍ଦ ରହିପାରେ। ଏସ୍‌ ନୁଆଗାଁ ଗ୍ରାମର ୧୧ କେଭି ତାର ସ୍ଥାନାନ୍ତର ଦାବି ଦୀର୍ଘଦିନ ଧରି ରହିଛି ଏବଂ ଉଚ୍ଚ ପଦାଧିକାରୀଙ୍କ ସହ ଆଲୋଚନା କରି ଏହାର ସମାଧାନ କରାଯିବ ବୋଲି ସେ କହିଛନ୍ତି। ବାରମ୍ବାର ଗୁହାରି ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନ ନିଆଯାଇଥିବାରୁ ଏପରି ଚରମ ପଦକ୍ଷେପ ନେବାକୁ ପଡ଼ିଲା ବୋଲି ଗ୍ରାମବାସୀମାନେ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?