ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ ମହିଳା/ପୁରୁଷ କଳସ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଶ୍ରୀରାମ ମନ୍ଦିରର ବିଗ୍ରହ ପ୍ରତିଷ୍ଠା ଓ ଚବିଶପ୍ରହର ନାମଯଜ୍ଞ ହେବ ବୋଲି ଆୟୋଜକକମିଟିର ସଭାପତି ଚନ୍ଦ୍ରମଣୀ ତ୍ରିପାଠୀ ସୂଚନା ଦେଇଛନ୍ତି । ଏହି ଭବ୍ୟ କାର୍ଯ୍ୟକ୍ରମ ପରିଚାଳନା କରିବାକୁ ଆୟୋଜକ କମିଟିର ସଭାପତି ଭାବରେ ଚନ୍ଦ୍ରମଣୀ ତ୍ରୀପାଠୀ, ଉପସଭାପତି -ଋଷଭ ପୁଟେଲ, ଜାହ୍ନବୀ ନାଏକ, ସଂପାଦକ ଅରବିନ୍ଦ ପରୁଆ, ସହସଂପାଦକ ଅଶ୍ୱିନୀ ସାଏ, କୋଷାଧ୍ୟକ୍ଷ ଭାବେ ମହେନ୍ଦ୍ର ସାଏ ଓ ସହକୋଷାଧ୍ୟକ୍ଷ ଦୁର୍ବାଦଳ ପଟେଲ ରହିଛନ୍ତି ।

ମନ୍ଦିରପ୍ରତିଷ୍ଠା କର୍ତ୍ତାଭାବରେ ଦେବାନନ୍ଦ ପଟେଲ ଓ ତାଙ୍କ ଧର୍ମପତ୍ନୀ ଜୟନ୍ତି ପଟେଲ, ଚବିଶପ୍ରହରୀ ନାମ ଯଜ୍ଞରେ କର୍ତ୍ତାଭାବେ ରାମକୃଷ୍ଣ ସାଏ ଓ ତାଙ୍କ ଧର୍ମପତ୍ନୀ ଦିପ୍ତିମୟୀ ସାଏ ରହିଛନ୍ତି । କଆଗାଁର ସୁଶାନ୍ତ ମିଶ୍ର ପୂଜକ ଦାୟିତ୍ୱ ତୁଲାଉଛନ୍ତି । ମନ୍ଦିର କମିଟିରେ ପଡାର ବରିଷ୍ଠନାଗରିକମାନେ ଉପଦେଷ୍ଟା ରହିଛନ୍ତି । ପ୍ରକାଶ ଯେ, ଗଉଁତିଆ ଦୁର୍ଗାପ୍ରସାଦ ସାଏଙ୍କ ଉଦ୍ୟମରେ ଏଠାରେ ରାମଲୀଳା ନାଟକ ସହିତ ମନ୍ଦିର ନିର୍ମିତ ହୋଇଥିଲା ।

ଆସନ୍ତା ୫ଦିନ ଧରି ବଲାଙ୍ଗୀର ସହରର ତାଲପାଲିପଡା ଉତ୍ସବମୁଖର ହେବ । ତାଲପାଲିପଡାରେ ପୁନଃନିର୍ମିତ ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ଓ ଚବିଶପ୍ରହର ନାମଯଜ୍ଞ ପାଇଁ ଆୟୋଜକ କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କାର୍ଯ୍ୟକ୍ରମ ଚାଲିଛି । ଆଜି କଳସ ଶୋଭାଯାତ୍ରା ତଥା ଅଧିବାସ କାର୍ଯ୍ୟକ୍ରମରୁ ଆରମ୍ଭ ହୋଇଥିଲା । ୨୫ ତାରିଖରେ ବିଗ୍ରହପ୍ରତିଷ୍ଠା ଓ ୨୬ ତାରିଖରେ ସିଂଘାସନ ଆରୋହଣ, ଗର୍ଭଗୃହରେ ଷୋଡଶଉପଚାର ପୂଜା ସହିତ ପୂର୍ଣ୍ଣାହୁତି କରାଯିବ । ପ୍ରତ୍ୟେକ ଦିନ ହୋମଯଜ୍ଞ ସହିତ ନାମ ସଂକିର୍ତ୍ତନ କରାଯିବ ବୋଲି କମିଟି ପକ୍ଷରୁ କୁହାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri