ନୂଆ ରୂପରେ ଶୋଭା ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ,୧୧।୨: ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସରେ ୩୬କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ତାଳସାରୀ ହେଲିପ୍ୟାଡ୍‌ ପଡ଼ିଆରେ ଭୋଗରାଇ ବିଧାୟକ ତଥା ଜିଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଅନନ୍ତ ଦାସଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସଂସ୍କୃତି ଓ ପର୍ଯ୍ୟଟନମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶା ପର୍ଯ୍ୟଟନ ସ୍ଥଳୀକୁ ଭାରତର ଟପ୍‌ ଥ୍ରୀ ଭାବେ ଗଢ଼ି ତୋଳିବାକୁ ଓଡ଼ିଶା ସରକାର ପ୍ରୟାସ କରୁଛନ୍ତି। ଉଦୟପୁର-ତାଳସାରୀ-ଚନ୍ଦନେଶ୍ୱର ପର୍ଯ୍ୟଟନସ୍ଥଳୀ ରାସ୍ତା ଓ ସମୁଦ୍ରକୂଳରେ ୭କୋଟି ୧୦ଲକ୍ଷ ଟଙ୍କାର ହାଇମାଷ୍ଟ ଲାଇଟ୍‌ ଲଗାଯାଇ ଅଧିକ ଆକର୍ଷଣ କରାଯିବା ସହିତ ୨୯କୋଟି ଟଙ୍କାର ବ୍ୟୟରେ ସମୁଦ୍ରତଟର ବିକାଶ ହେବ। ଏଥିନିମନ୍ତେ ସମସ୍ତଙ୍କର ସହଭାଗିତା ଆବଶ୍ୟକ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ। ସମୁଦ୍ର କୂଳକୁ ସ୍ବଚ୍ଛ, ସତେଜ ଓ ସବୁଜ କରିବାକୁ ମନ୍ତ୍ରୀ ସ୍ଥାନୀୟ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲାପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି, ବ୍ଲକ ଚେୟାରମ୍ୟାନ୍‌ ମଞ୍ଜୁରାଣୀ ବେହେରାଙ୍କ ସମେତ ଜିଲାର ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri