ନୂଆ ରୂପ ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ, ୧୨।୨(ଡି.ଏନ.ଏ.)-ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସରେ ୩୬କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ତାଳସାରୀ ହେଲିପ୍ୟାଡ୍‌ ପଡ଼ିଆରେ ଭୋଗରାଇ ବିଧାୟକ ତଥା ଜିଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଅନନ୍ତ ଦାସଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସଂସ୍କୃତି ଓ ପର୍ଯ୍ୟଟନମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶା ପର୍ଯ୍ୟଟନ ସ୍ଥଳୀକୁ ଭାରତର ଟପ୍‌ ଥ୍ରୀ ଭାବେ ଗଢ଼ି ତୋଳିବାକୁ ଓଡ଼ିଶା ସରକାର ପ୍ରୟାସ କରୁଛନ୍ତି। ଉଦୟପୁର-ତାଳସାରୀ-ଚନ୍ଦନେଶ୍ୱର ପର୍ଯ୍ୟଟନସ୍ଥଳୀ ରାସ୍ତା ଓ ସମୁଦ୍ରକୂଳରେ ୭କୋଟି ୧୦ଲକ୍ଷ ଟଙ୍କାର ହାଇମାଷ୍ଟ ଲାଇଟ୍‌ ଲଗାଯାଇ ଅଧିକ ଆକର୍ଷଣ କରାଯିବା ସହିତ ୨୯କୋଟି ଟଙ୍କାର ବ୍ୟୟରେ ସମୁଦ୍ରତଟର ବିକାଶ ହେବ। ଏଥିନିମନ୍ତେ ସମସ୍ତଙ୍କର ସହଭାଗିତା ଆବଶ୍ୟକ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ। ସମୁଦ୍ର କୂଳକୁ ସ୍ବଚ୍ଛ, ସତେଜ ଓ ସବୁଜ କରିବାକୁ ମନ୍ତ୍ରୀ ସ୍ଥାନୀୟ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲାପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି, ବ୍ଲକ ଚେୟାରମ୍ୟାନ୍‌ ମଞ୍ଜୁରାଣୀ ବେହେରାଙ୍କ ସମେତ ଜିଲାର ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri