ମାତ୍ର ୧୫ ବର୍ଷ ବୟସରୁ ଅଭିନୟ ଦୁନିଆରେ ଏଣ୍ଟ୍ରି କରିଥିଲେ ତମନ୍ନା

ମୁମ୍ବାଇ: ୟଙ୍ଗଷ୍ଟରଙ୍କ ପ୍ରଥମ ପସନ୍ଦ ନାୟିକା ତମନ୍ନା ଭାଟିଆ ଚଳିତ ବର୍ଷ ତାଙ୍କର ୩୧ ତମ ଜନ୍ମଦିନ ପାଳନ କରୁଛନ୍ତି । ୨୧ ଡିସେମ୍ବର ୧୯୮୯ରେ ଜନ୍ମନେଇଥିବା ତମନ୍ନା ମାତ୍ର ୧୫ ବର୍ଷ ବୟସରେ ଅଭିନୟ ଦୁନିଆରେ ପାଦ ରଖିଥିଲେ । ପ୍ରଥମେ ସେ ଫିଲ୍ମ ‘ଚାନ୍ଦ ସା ରୋଶନ ଚେହେରା’ରେ ଅଭିନୟ କରିଥିବା ବେଳେ ଏହା କିନ୍ତୁ ଫ୍ଲପ ହୋଇଥିଲା । କିନ୍ତୁ ଏତିକିରେ ହାରି ନ ଥିଲେ ଏହି ଅଭିନେତ୍ରୀ । ଏହାପରେ ସେ କିଛି ଭିଡିଓ ଆଲବମରେ କାମ କରିଥିଲେ ପରେ ସେ ତେଲଗୁ ଓ ତାମିଲ ଫିଲ୍ମ ଆଡେ ମୁହାଁଇଲେ । ଆଉ କିଛିଦିନ ମଧ୍ୟରେ ସେଠାରେ ସେ ପାଲଟି ଯାଇଥିଲେ ଆଗ ଧାଡିର ନାୟିକା । ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିରେ ତାଙ୍କର ତିଆରି ହେଲା ଏକ ସ୍ପତନ୍ତ୍ର ପରିଚୟ । ଏହାପରେ ସେ ପୁଣି ଫେରିଲେ ବଲିଉଡ୍ । ୨୦୦୫ରେ ସେ ଫିଲ୍ମ ‘ସ୍ତ୍ରୀ’ରେ ଅଭିନୟ କଲେ । ଏହାପରେ ୨୦୧୩ରେ ଅଜୟ ଦେବଗନଙ୍କ ନାୟିକା ସାଜି ‘ହିମ୍‌ତୱାଲା’ରେ ଅଭିନୟ କରି ଦର୍ଶକଙ୍କ ନିକଟତର ହୋଇଗଲେ । ଆଉ ୨୦୧୪ରେ ତାଙ୍କର ଆଉ ଏକ ସଫଳ ମୁଭି ହେଲା ‘ହମସକଲ’ । ଏଥିରେ ଅକ୍ଷୟ କୁମାରଙ୍କ ନାୟିକା ସାଜିଥିଲେ ତମନ୍ନା । ଏହାପରେ ତାଙ୍କ କ୍ୟାରିୟରର ବଡ ସଫଳତା ହେଲା ମୁଭି ‘ବାହୁବଳୀ’ । ଦର୍ଶକେ ବାହୁବଳୀରେ ତମନ୍ନାଙ୍କ ଅଭିନୟର ଖୁବ୍ ପ୍ରଶଂସା କଲେ । ୟାରି ଭିତରେ ନାୟିକା ତମନ୍ନା ନିଜ ପାଇଁ ସୃଷ୍ଟି କଲେ ଏକ ନିଆରା ପରିଚୟ ।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri