ତମନ୍ନାଙ୍କ ପାଖରେ ଅଛି ବିଶ୍ୱର ୫ମ ବୃହତ୍ତମ ହୀରାର ମୁଦି? ଜାଣନ୍ତୁ କ’ଣ କହିଲେ ଅଭିନେତ୍ରୀ

ମୁମ୍ବାଇ: ଦକ୍ଷିଣ ଏବଂ ବଲିଉଡ ଚଳଚ୍ଚିତ୍ରରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଠି କରିଛନ୍ତି ତମନ୍ନା ଭାଟିଆ। ଅଭିନୟ ମାଧ୍ୟମରେ ଲୋକଙ୍କ ହୃଦୟ ଜିତିଛନ୍ତି। ତାଙ୍କ ବୃତ୍ତିଗତ ଜୀବନରେ ବହୁତ ସଫଳ, ତମନ୍ନା ଭାଟିଆ ମଧ୍ୟ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତ୍ରୀଙ୍କ ଏକ ହୀରା ମୁଦିର ଫଟୋ ଭାଇରାଲ ହୋଇଥିଲା। ଯାହା ପରେ ଖବର ଆସିଥିଲା ଯେ ତମନ୍ନା ବିଶ୍ୱର ୫ମ ବୃହତ୍ତମ ହୀରା, ଯାହାର ମୂଲ୍ୟ ୨କୋଟି ଟଙ୍କା। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରାମ ଚରଣଙ୍କ ପତ୍ନୀ ଉପସାନା କୋନିଡେଲା ଏହି ହୀରାକୁ ତମନ୍ନାଙ୍କୁ ଉପହାର ଦେଇଛନ୍ତି। ଏଥି ସହିତ ‘ଲଷ୍ଟ ଷ୍ଟୋରି ୨’ର ଅଭିନେତ୍ରୀ ଏବେ ତାଙ୍କ ମହଙ୍ଗା ମୁଦି ପଛର ରହସ୍ୟ ବିଷୟରେ କହିଛନ୍ତି।

ତମନ୍ନା ନିଜ ଇନଷ୍ଟାଗ୍ରାମ ଷ୍ଟୋରିରେ ହୀରା ରିଙ୍ଗ ସହିତ ଭାଇରାଲ ଫଟୋ ପୋଷ୍ଟ କରିଛନ୍ତି। ଏହି ଫଟୋ ଶେୟାର କରିବା ସହିତ ଅଭିନେତ୍ରୀ ଉପସାନାଠାରୁ ଏଭଳି ଦାମୀ ହୀରା ମୁଦି ପାଇବାର ଖବରକୁ ଅସ୍ବୀକାର କରିଛନ୍ତି। ଫଟୋ ଶେୟାର କରି ତମନ୍ନା ଲେଖିଛନ୍ତି, ଏକ ବୋତଲ ଓପନର ସହିତ ଫଟୋଶୁଟ କରୁଥିଲୁ, ନା କି ଇଏ ପ୍ରକୃତ ହୀରା ସହିତ।

୨୦୧୯ରେ ଉପସାନା ତମନ୍ନା ଭାଟିଆଙ୍କ ଏକ ବଡ଼ ହୀରା ମୁଦି ପିନ୍ଧିଥିବା ଏକ ଫଟେଶ ଶେୟାର କରିଥିଲେ। ଉପସାନା ଲେଖିଥିଲେ, ପ୍ରଡ୍ୟୁସରଙ୍କଠାରୁ ସୁପର ତମନା ପାଇଁ ଏକ ଉପହାର। କୁହାଯାଉଥିଲା ଯେ ,ଉପସାନା ଏହି ମହଙ୍ଗା ଉପହାର ତମନ୍ନାଙ୍କୁ ଉପହାର ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri