ତମନ୍ନାଙ୍କ ଘରକୁ ପଶିଲା କରୋନା: ପୋଷ୍ଟ ଲେଖି ପ୍ରଶଂସକଙ୍କୁ କଲେ ଏଭଳି ନିବେଦନ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ସିନେମାର ଭେଟେରାନ ଅଭିନେତ୍ରୀ ତମନ୍ନା ଭାଟିଆଙ୍କ ମାତାପିତା କରୋନା ପଜିଟିଭ୍‌ ହୋଇଛନ୍ତି। ତାଙ୍କ ପିତାମାତାଙ୍କଠାରେ କରୋନାଙ୍କର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିଲା। ଏହା ପରେ ସେ କୋଭିଡ ୧୯ ପରୀକ୍ଷା କରିଥିଲେ। ଏବେ ସେମାନଙ୍କର ପରୀକ୍ଷା ରିପୋର୍ଟ ଆସିଛି। ଯେଉଁଥିରେ ସେ କରୋନା ପଜିଟିଭ୍‌ ବୋଲି ଜଣାପଡ଼ିଛି। ଅପରପକ୍ଷେ ତମନ୍ନା ଏବଂ ଘରେ ଥିବା ଅନ୍ୟ କର୍ମଚାରୀଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତେବେ ତମନ୍ନା ସୋସିଆଲ ମିଡିଆରେ ଏକ ପୋଷ୍ଟ ଲେଖି ମା’ବାପାଙ୍କ ସ୍ବାସ୍ଥ୍ୟ ଠିକ୍‌ ହେବା ନେଇ ପ୍ରାର୍ଥନା କରନ୍ତୁ ବୋଲି କହିଛନ୍ତି।

ତମନ୍ନା ନିଜର ଟୁଇଟର ଏବଂ ଇନଷ୍ଟାଗ୍ରାମରେ ଲେଖିଛନ୍ତି ଯେ ତାଙ୍କ ମା’ବାପାଙ୍କ କରୋନା ପଜିଟିଭ୍‌ ଆସିଥିବାବେଳେ ପରିବାରର ଅନ୍ୟ ସଦସ୍ୟ ଏବଂ କର୍ମଚାରୀଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତାଙ୍କ ନମୂନା ରିପୋର୍ଟ ମଧ୍ୟ ନେଗେଟିଭ୍‌ ଆସିଛି। ଭଗବାନଙ୍କ ଆଶୀର୍ବାଦ ଯୋଗୁ ସେମାନେ କୌଣସି ସମସ୍ୟାର ସମ୍ମୁଖୀନ ହେଉନାହାନ୍ତି। ହେଲେ ମା’ବାପା ଶୀଘ୍ର ସୁସ୍ଥହୋଇ ଘରକୁ ଫେରନ୍ତୁ ବୋଲି ପ୍ରାର୍ଥନା କରିବାକୁ ସେ ପ୍ରଶଂସକମାନଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?